ନିଯୁକ୍ତି ପାଇଲେ ୧୨୦୫ ଡାକ୍ତର

ବଡ଼ମ୍ବା,୭।୬(ଡି.ଏନ.ଏ.)ବାଲେଶ୍ୱର ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ସମସ୍ତ ମୃତାହତଙ୍କୁ ଚିହ୍ନଟ କରାଯାଇ ପାରିନାହିଁ। ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଏନେଇ ପ୍ରକ୍ରିୟା ଜାରି ରହିଥିବାବେଳେ ଜଣେ ମହିଳା ମୃତକଙ୍କ ଅନୁକମ୍ପା ରାଶି ହାତେଇବା ପାଇଁ ଜୀବିତ ସ୍ବାମୀଙ୍କୁ ମୃତ ଘୋଷଣା କରିବାକୁ ପଛାଇ ନାହାନ୍ତି। ଏହା ଜଣାପଡ଼ିବା ପରେ ମଙ୍ଗଳବାର କଟକ ଜିଲା ମାଣିଆବନ୍ଧ ଅଞ୍ଚଳର ବିଜୟ ଦତ୍ତ ଥାନାରେ ସମ୍ପୃକ୍ତା ମହିଳାଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି। ମହିଳା ଜଣଙ୍କ ତାଙ୍କ ସ୍ତ୍ରୀ ବୋଲି ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ସ୍ତ୍ରୀଙ୍କ ଟଙ୍କା ଲୋଭ ଯୋଗୁ ମାଣିଆବନ୍ଧ ଅଞ୍ଚଳରେ ତାଙ୍କ ସମ୍ମାନ ହାନି ହୋଇଛି ବୋଲି ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି।
ପ୍ରକାଶ ଯେ, ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ କେନ୍ଦ୍ର ସରକାର ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ରାଶ ହାତେଇବା ପାଇଁ ଜଣେ ମହିଳା ଉଦ୍ୟମ କରିଥିଲେ। ରେଳ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା କହି ସେ ଘଟଣାସ୍ଥଳରେ ପହଞ୍ଚତ୍ ଏକ ଅଚିହ୍ନା ମୃତଦେହକୁ ଚିହ୍ନଟ କରି ସହାୟତା ରାଶି ପାଇବାକୁ ଦାବି କରିବା ସହ ପ୍ରମାଣପତ୍ର ଦାଖଲ କରିଥିଲେ। ଉକ୍ତ ପ୍ରମାଣପତ୍ରଗୁଡ଼ିକ ଜାଲ୍‌ ହୋଇଥିବା ବିଭାଗୀୟ ଅଧିକାରୀମାନେ ଜାଣିପାରିଥିଲେ। ଏହାପରେ ଘଟଣାସ୍ଥଳରୁ କୌଶଳକ୍ରମେ ସମ୍ପୃକ୍ତ ମହିଳା ଓ ତାଙ୍କ ସହଯୋଗୀ ଚମ୍ପଟ ମାରିଥିଲେ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରସାର ହୋଇଥିଲା। ବିଜୟ ଏହା ଜାଣିବା ପରେ ଥାନାରେ ଅଭିଯୋଗ କରି ସ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ସମ୍ପୃକ୍ତ ମହିଳା ବିଜୟଙ୍କଠାରୁ ୧୩ ବର୍ଷ ହେବ ପୃଥକ ରହିଥିବା ଏତଲାରେ ଦର୍ଶାଯାଇଛି। ଏ ସମ୍ପର୍କରେ ମାଣିଆବନ୍ଧ ଭାରପ୍ରାପ୍ତ ଥାନା ଅଧିକାରୀ ବସନ୍ତ କୁମାର ଶତପଥୀଙ୍କୁ ପଚରାଯିବାରେ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ପରାମର୍ଶ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri