୧୨୧୪୦ ଚାଷ ଜମି , ୪୬୮୫ ହେକ୍ଟର ଫସଲ ନଷ୍ଟ

ବାଙ୍କୀ,୧୯ା୮(ସ୍ବ.ପ୍ର.): ମହାନଦୀରେ ବନ୍ୟାଜଳ କମିବା ପରେ କଟକ ଜିଲା ବାଙ୍କୀ ଉପଖଣ୍ଡର ବାଙ୍କୀ ଓ ଡମପଡ଼ା ବ୍ଲକରେ ବିପନ୍ନମାନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ବନ୍ୟା ପାଣି ଘେରରେ ରହିଥିବା ବାଙ୍କୀର ୩୯ ଗଁାର ୧ଲକ୍ଷ ୨ ହଜାର ୪୯୩ ଜଣ ଗୁରୁବାର ମଧ୍ୟ ଜଳବନ୍ଦୀ ଜୀବନ ବିତାଉଛନ୍ତି। ବହୁ ସ୍ଥାନରେ ପାଣି ଯୋଗୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ଫଳରେ ଲୋକଙ୍କ ସମସ୍ୟା ଦୁଇ ଗୁଣିତ ହୋଇଛି। ବାଙ୍କୀ ଓ ଡମପଡ଼ା ଅଞ୍ଚଳର ଚାଷୀମାନେ ପନିପରିବା ଓ ଧାନଚାଷକୁ ଜୀବିକା ଭାବେ ଗ୍ରହଣ କରିଥାନ୍ତି। ହେଲେ ବନ୍ୟା ପାଣିରେ ଡମପଡ଼ା ବ୍ଲକରେ ୬,୩୪୦ ହେକ୍ଟର ଧାନ ଜମି, ୨୪୮୫ ହେକ୍ଟର ପନି ପରିବା ଫସଲ ପାଣିରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ବାଙ୍କୀ ବ୍ଲକରେ ୫,୮୦୦ ହେକ୍ଟର ଧାନ ଜମି ଓ ୨୨୦୦ ହେକ୍ଟର ପନିପରିବା ଫସଲ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ବର୍ଷକର ଆହାର ନଷ୍ଟ ହୋଇ ଯାଇଥିବାରୁ ଚାଷୀମାନେ ପରିବାରକୁ କେମିତି ପ୍ରତିପୋଷଣ କରିବେ। ସେହି ଚିନ୍ତା ଏବେ ସେମାନଙ୍କୁ ଘାରିଛି। ତୁରନ୍ତ କୃଷି ବିଭାଗ ପକ୍ଷରୁ କ୍ଷୟକ୍ଷତିର ଆକଳନ କରାଯାଇ ସେମାନଙ୍କୁ ସହାୟତା ପ୍ରଦାନ ପାଇଁ ଦାବି ହେଉଛି। ଏଥିସହ କ୍ଷତିଗ୍ରସ୍ତ ଚାଷୀଙ୍କ ଋଣ ଛାଡ ପାଇଁ ଦାବି କରୁଛନ୍ତି। ବାଙ୍କୀ-କଳାପଥର ରାସ୍ତାରେ ଚନ୍ଦ୍ରପା ସେତୁଠାରେ ଆଉ ଏକ ନୂଆ ଉଚ୍ଚା ସେତୁ ନିର୍ମାଣ କରିବା, ହୁଳୁହୁଳ ସେତୁକୁ ଉଚ୍ଚା କରିବା ଏବଂ କଇମୁଣ୍ଡିଠାରେ ଏକ ପୋଲ ନିର୍ମାଣ ପାଇଁ ସ୍ଥାନୀୟ ଅଧିବାସୀ ଗୁରୁବାର କଟକ ଏମ୍‌ପି ଭର୍ତ୍ତୃହରି ମହତାବ ଓ ଜିଲାପାଳ ଭବାନୀ ଶଙ୍କର ଚଇନି ବନ୍ୟା ଅଞ୍ଚଳ ଗସ୍ତ ସମୟରେ ତାଙ୍କ ପାଖରେ ଦାବି ରଖିଛନ୍ତି। ଗୁରୁବାର ରାତି ସାଢେ ୧୧ଟା ସୁଦ୍ଧା ମହାନଦୀରେ ବାଙ୍କୀଠାରେ ୭.୯୭ ସେମି ବିପଦସଙ୍କେତ ତଳେ ୧୦ ଲକ୍ଷ କ୍ୟୁସେକ୍‌ ବନ୍ୟାଜଳ ପ୍ରବାହିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri