ରାଜ୍ୟରୁ ୧୨୨ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୨୦।୬ (ବ୍ୟୁରୋ): ରାଜ୍ୟରେ ଏବେ ଡେଙ୍ଗୁ ସଂକ୍ରମଣ ମାଡ଼ି ଚାଲିଛି। ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ଆଗକୁ ଏହି ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ ଚଳିତ ବର୍ଷ ରାଜ୍ୟରୁ ମୋଟ୍‌ ୧୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ରୋଗୀ ଭୁବନେଶ୍ୱରରୁ ରହିଛନ୍ତି। ବିଶେଷକରି ପଟିଆ, ଡମଣା, ନୀଳାଦ୍ରିବିହାର, ଶୈଳଶ୍ରୀବିହାର, ପ୍ରାଚୀବିହାର, ୟୁନିଟ-୮ ଆଦି ଅଞ୍ଚଳରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ସରକାରୀ ଭାବେ ସହରରେ ରୋଗୀ ସଂଖ୍ୟା ୨୦ ପାର୍‌ କରିଥିବାବେଳେ ବେସରକାରୀ ତଥ୍ୟ ଶତକ ପାର୍‌ କରିଛି। କେତେକ ସ୍ଥାନରେ ଡେଙ୍ଗୁ ଜ୍ୱର ବ୍ୟାପୁଛି। ଅଧିକାଂଶ ବ୍ୟକ୍ତି ଘରୋଇ ହସ୍ପିଟାଲରେ ଟେଷ୍ଟ କରିବା ସହ ଚିକିତ୍ସିତ ହେଉଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିମ୍ବା ସ୍ବାସ୍ଥ୍ୟ ବିଭାଗ ପାଖରେ ଠିକ୍‌ ତଥ୍ୟ ପହଞ୍ଚତ୍ ପାରୁନାହିଁ।
ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ବର୍ଷା ସମୟରେ ସାଧାରଣତଃ ଡେଙ୍ଗୁ, ମ୍ୟାଲେରିଆ ଜ୍ୱର ଅଧିକ ହୋଇଥାଏ। ତେଣୁ ସଂଖ୍ୟା ବଢିବା ନେଇ ଆତଙ୍କିତ ହେବା ଉଚିତ୍‌ ନୁହେଁ। ଅପରପକ୍ଷେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି। ୨ଦିନ ତଳେ ହସ୍ପିଟାଲରେ ୪ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବାବେଳେ ଏବେ ସେମାନେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରତିଦିନ କିଛି କିଛି ଟେଷ୍ଟ କରାଯାଉଛି। ରବିବାର ୧୩ ଜଣଙ୍କର ଡେଙ୍ଗୁ ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏବେ ହସ୍ପିଟାଲରେ ଜଣେ ମାତ୍ର ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବା ଡା. ସାହୁ ସୂଚନା ଦେଇଛନ୍ତି।
ତେବେ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ବିଏମ୍‌ସିର ଆଭିମୁଖ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ନିୟମିତ ଭାବେ ବିଏମ୍‌ସି ମଶା ଧୂଆଁ ଛାଡୁ ନ ଥିବାବେଳେ ଆବଶ୍ୟକ ସ୍ଥାନରେ ମଶାତେଲ ପକାଉ ନାହିଁ। ଫଳରେ ମଶା ବଂଶ ବୃଦ୍ଧି ହୋଇ ଚାଲିଛି। ବିଏମ୍‌ସି ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ଅଭିଯୋଗ ମଧ୍ୟ ହୋଇଥିଲା। ଏହାପରେ କେତେକ ଓ୍ବାର୍ଡରେ ମଶାଧୂଆଁ ଛଡ଼ାଯାଇଥିଲା। ମାତ୍ର ଏହା ନିୟମିତ ଭାବେ କରାଯାଉ ନାହିଁ। ସେହିପରି ଯେଉଁ ସ୍ଥାନରେ ବର୍ଷା ପାଣି ଜମି ରହୁଛି ସେଠାରେ ସଫା କରାଯାଉନାହିଁ କି ମଶାତେଲ ମଧ୍ୟ ପକା ଯାଉ ନ ଥିବା ଅଭିଯୋଗ ହେଉଛି। ବିଏମ୍‌ସିର ଏଭଳି ବେଫିକର ମନୋଭାବ ପାଇଁ ଆଗକୁ ସ୍ଥିତି ବିଗିଡିବାରେ ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri