ରାଜ୍ୟରୁ ୧୨୨ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୨୦।୬ (ବ୍ୟୁରୋ): ରାଜ୍ୟରେ ଏବେ ଡେଙ୍ଗୁ ସଂକ୍ରମଣ ମାଡ଼ି ଚାଲିଛି। ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ଆଗକୁ ଏହି ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ ଚଳିତ ବର୍ଷ ରାଜ୍ୟରୁ ମୋଟ୍‌ ୧୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ରୋଗୀ ଭୁବନେଶ୍ୱରରୁ ରହିଛନ୍ତି। ବିଶେଷକରି ପଟିଆ, ଡମଣା, ନୀଳାଦ୍ରିବିହାର, ଶୈଳଶ୍ରୀବିହାର, ପ୍ରାଚୀବିହାର, ୟୁନିଟ-୮ ଆଦି ଅଞ୍ଚଳରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ସରକାରୀ ଭାବେ ସହରରେ ରୋଗୀ ସଂଖ୍ୟା ୨୦ ପାର୍‌ କରିଥିବାବେଳେ ବେସରକାରୀ ତଥ୍ୟ ଶତକ ପାର୍‌ କରିଛି। କେତେକ ସ୍ଥାନରେ ଡେଙ୍ଗୁ ଜ୍ୱର ବ୍ୟାପୁଛି। ଅଧିକାଂଶ ବ୍ୟକ୍ତି ଘରୋଇ ହସ୍ପିଟାଲରେ ଟେଷ୍ଟ କରିବା ସହ ଚିକିତ୍ସିତ ହେଉଥିବାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କିମ୍ବା ସ୍ବାସ୍ଥ୍ୟ ବିଭାଗ ପାଖରେ ଠିକ୍‌ ତଥ୍ୟ ପହଞ୍ଚତ୍ ପାରୁନାହିଁ।
ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ବର୍ଷା ସମୟରେ ସାଧାରଣତଃ ଡେଙ୍ଗୁ, ମ୍ୟାଲେରିଆ ଜ୍ୱର ଅଧିକ ହୋଇଥାଏ। ତେଣୁ ସଂଖ୍ୟା ବଢିବା ନେଇ ଆତଙ୍କିତ ହେବା ଉଚିତ୍‌ ନୁହେଁ। ଅପରପକ୍ଷେ ଡେଙ୍ଗୁ ସ୍ଥିତି ନିୟନ୍ତ୍ରଣରେ ଥିବା କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ କହିଛନ୍ତି। ୨ଦିନ ତଳେ ହସ୍ପିଟାଲରେ ୪ଜଣ ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବାବେଳେ ଏବେ ସେମାନେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରତିଦିନ କିଛି କିଛି ଟେଷ୍ଟ କରାଯାଉଛି। ରବିବାର ୧୩ ଜଣଙ୍କର ଡେଙ୍ଗୁ ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏବେ ହସ୍ପିଟାଲରେ ଜଣେ ମାତ୍ର ଡେଙ୍ଗୁ ରୋଗୀ ଚିକିତ୍ସିତ ହେଉଥିବା ଡା. ସାହୁ ସୂଚନା ଦେଇଛନ୍ତି।
ତେବେ ରାଜଧାନୀରେ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ବିଏମ୍‌ସିର ଆଭିମୁଖ୍ୟକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ନିୟମିତ ଭାବେ ବିଏମ୍‌ସି ମଶା ଧୂଆଁ ଛାଡୁ ନ ଥିବାବେଳେ ଆବଶ୍ୟକ ସ୍ଥାନରେ ମଶାତେଲ ପକାଉ ନାହିଁ। ଫଳରେ ମଶା ବଂଶ ବୃଦ୍ଧି ହୋଇ ଚାଲିଛି। ବିଏମ୍‌ସି ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବା ଅଭିଯୋଗ ମଧ୍ୟ ହୋଇଥିଲା। ଏହାପରେ କେତେକ ଓ୍ବାର୍ଡରେ ମଶାଧୂଆଁ ଛଡ଼ାଯାଇଥିଲା। ମାତ୍ର ଏହା ନିୟମିତ ଭାବେ କରାଯାଉ ନାହିଁ। ସେହିପରି ଯେଉଁ ସ୍ଥାନରେ ବର୍ଷା ପାଣି ଜମି ରହୁଛି ସେଠାରେ ସଫା କରାଯାଉନାହିଁ କି ମଶାତେଲ ମଧ୍ୟ ପକା ଯାଉ ନ ଥିବା ଅଭିଯୋଗ ହେଉଛି। ବିଏମ୍‌ସିର ଏଭଳି ବେଫିକର ମନୋଭାବ ପାଇଁ ଆଗକୁ ସ୍ଥିତି ବିଗିଡିବାରେ ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri