Posted inଖେଳ

୧୨୧ରେ ଅଟକିଲା ପାକିସ୍ତାନ

ଦୁବାଇ,୯।୯: ଏସିଆ କପ୍‌ ସୁପର-୪ର ଶୁକ୍ରବାର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ ଦସୁନ ସନକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରିଥିଲା। ହେଲେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ପାକିସ୍ତାନ ୧୯.୧ ଓଭରରେ ସମସ୍ତ ଉଇକେଟ ହରାଇ ୧୨୧ ରନ୍‌ରେ ଅଟକି ଯାଇଥିଲା। ଫଳରେ ପାକିସ୍ତାନ ଶ୍ରୀଲଙ୍କା ଆଗରେ ୧୨୨ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି।

ପାକିସ୍ତାନ ଷ୍ଟାର୍‌ ଓପ୍‌ନର ମହମ୍ମଦ ରିଜ୍‌ଓ୍ବାନ ଏବଂ ଅଧିନାୟକ ବାବର ଆଜମ ବ୍ୟାଟିଂ କରିବାକୁ ଆସିଥିଲେ। ହେଲେ ଦଳକୁ ପ୍ରାରମ୍ଭିକ ଝଟ୍‌କା ଲାଗିଥିଲା। ରିଜ୍‌ଓ୍ବାନ ୧୪ ରନ୍‌ କରି ଆଉଟ ହୋଇଥିବା ବେଳେ ଅଧିନାୟକ ବାବର ୩୦ ରନ୍‌ କରିଥିଲେ। ଫକର ଜମାନ ଓ ଇଫ୍‌ତିକାର ଅହମଦ ଉଭୟେ ୧୩ ରନ୍‌ ଲେଖାଏଁ କରିଥିଲେ। ଏଭଳି ସ୍ଥିତିରେ ମହମ୍ମଦ ନଓ୍ବାଜ୍‌ଙ୍କ ବ୍ୟତୀତ ଅନ୍ୟ ବ୍ୟାଟ୍ସମ୍ୟାନ୍‌ମାନେ ବିଫଳ ହୋଇଥିଲେ। ନଓ୍ବାଜ୍‌ ୨୬ ରନ୍‌ କରିଥିଲେ। ଫଳରେ ଦଳ ୧୨୧ ରନ୍‌ କରିବାରେ ସଫଳ ହୋଇଥିଲା।

ଶ୍ରୀଲଙ୍କା ପକ୍ଷରୁ ଓ୍ବାନିଣ୍ଡୁ ହସରଙ୍ଗା ୩ଟି ଉଇକେଟ ନେଇଥିବା ବେଳେ ମହିଶ ତିକସନା ଓ ପ୍ରମୋଦ ମଧୁଶଙ୍କା ୨ଟି ଲେଖାଏ ଉଇକେଟ ନେଇଥିଲେ। ଧନଞ୍ଜୟ ଡି ସିଲ୍‌ଭା ଓ ଚମିକା କରୁଣାରତ୍ନେ ଗୋଟିଏ ଲେଖାଏ ଉଇକେଟ ନେବାରେ ସଫଳ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?