Posted inଜାତୀୟ

୪ ମାସରେ ୧,୨୨୪ ମୃତ

ନୂଆଦିଲ୍ଲୀ,୩ା୮ : ଜଳବାୟୁ ପରିବର୍ତ୍ତନ ଯୋଗୁ ବନ୍ୟା ଓ ଝଡ଼ ଭଳି ପ୍ରାକୃତିକ ବିପର୍ଯ୍ୟୟରେ ଭାରତରେ ଗତ ୪ ମାସ ମଧ୍ୟରେ ୧,୨୨୪ ଜଣଙ୍କ ଜୀବନ ଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏହି ତଥ୍ୟ ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରୁ ସର୍ବାଧିକ ୫୦୨ ଜଣ ବିହାରର। ଏହି ଅବଧି ମଧ୍ୟରେ ମଧ୍ୟପ୍ରଦେଶରେ ୯୭ ଓ ଗୁଜରାଟରେ ୯୪ ଜଣଙ୍କ ମୃତ୍ୟୁ ଘଟିଛି। ହିମାଚଳ ପ୍ରଦେଶ ଏହି କ୍ଷେତ୍ରରେ ଚତୁର୍ଥ ସ୍ଥାନରେ ରହିଛି, ଯେଉଁଠି ବନ୍ୟାବିତ୍ପାତ ଓ ଭୂସ୍ଖଳନ ଯୋଗୁ ୮୮ ଜଣ ପ୍ରାଣ ହରାଇଛନ୍ତି। ରାଜ୍ୟ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ କହିଛନ୍ତି, ହାଇଡ୍ରୋ-ମେଟେରୋଲୋଜିକାଲ୍‌ ଡିଜାଷ୍ଟର (ଜଳ ପାଣିପାଗ ସମ୍ପର୍କିତ ବିପର୍ଯ୍ୟୟ)ରେ ୨୫,୫୫୮ ଗୋରୁଙ୍କ ମୃତ୍ୟୁ ଘଟିଥିବାବେଳେ ୬୧,୦୦୦ରୁ ଅଧିକ ଘର ଭାଙ୍ଗିଯାଇଛି।

କିନ୍ତୁ ଉତ୍ତର ପ୍ରଦେଶ, ଅରୁଣାଚଳ ପ୍ରଦେଶ, ଛତିଶଗଡ଼ ଓ ଉତ୍ତରାଖଣ୍ଡରେ ଏହାର ସବୁଠୁ କମ୍‌ ପ୍ରଭାବ ଦେଖିବାକୁ ମିଳିଛି। ଏଭଳି ବିପତ୍ତି ସମୟରେ ଧନଜୀବନ ହାନିକୁ ହ୍ରାସ କରିବା ଉପରେ ଦେଶରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। କେନ୍ଦ୍ର ସରକାର ଏକ ଆଗୁଆ ସତର୍କତା ବ୍ୟବସ୍ଥା ପ୍ରତିଷ୍ଠା କରିଛନ୍ତି, ଯହିଁରୁ ପାଣିପାଗ ସମ୍ପର୍କରେ ଠିକ୍‌ ସୂଚନା ମିଳିପାରୁଛି। କେନ୍ଦ୍ର ଓ ରାଜ୍ୟ ସରକାରଗୁଡ଼ିକ ପକ୍ଷରୁ ନିଆଯାଉଥିବା ପ୍ରସ୍ତୁତି, ନିରାକରଣ ଓ ପ୍ରଶମନ ବ୍ୟବସ୍ଥା ଭଳି ପଦକ୍ଷେପ ଯୋଗୁ ପ୍ରାକୃତିକ ବିପର୍ଯ୍ୟୟଜନିତ ମୃତ୍ୟୁ ହ୍ରାସ ପାଇଛି। ବିଶ୍ୱର ଅନ୍ୟ ରାଷ୍ଟ୍ରଗୁଡ଼ିକ ଭଳି ଭାରତରେ ପ୍ରତିକୂଳ ପାଗର ଖରାପ ପ୍ରଭାବ ବଢ଼ିଚାଲିଛି ବୋଲି ନିତ୍ୟାନନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା।…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)…

ଆଉ U19 ବିଶ୍ୱକପରେ ଖେଳିପାରିବେ ନାହିଁ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ ଆଶ୍ଚର୍ଯ୍ୟଜନକ କାରଣ

ନୂଆଦିଲ୍ଲୀ,୭।୨: ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ୨୦୨୬ର ୧୯ ବର୍ଷରୁ କମ ବିଶ୍ୱକପରେ ଇତିହାସ ରଚିଥିଲେ। ଫାଇନାଲରେ ୮୦ ବଲ ରୁ ୧୭୫ ରନ କରି ଭାରତକୁ…

ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ମୋଦି, କହିଲେ…

ନୂଆଦିଲ୍ଲୀ,୭।୨: ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଗୁରୁବାର କହିଛନ୍ତି ଯେ ଭାରତ ଏବଂ ଆମେରିକା ମାର୍ଚ୍ଚ ମାସରେ ଏକ ବହୁ ପ୍ରତୀକ୍ଷିତ ଦ୍ୱିପାକ୍ଷିକ ବାଣିଜ୍ୟ…

ଟାରିଫ୍‌ ହ୍ରାସ ଦ୍ୱାରା ଉଭୟ ଦେଶ କ’ଣ ଫାଇଦା ପାଇବେ? ବୁଝନ୍ତୁ ପୂରା ଗଣିତ…

ନୂଆଦିଲ୍ଲୀ,୭।୨: ଭାରତ ଏବଂ ଆମେରିକା ପାରସ୍ପରିକ ବାଣିଜ୍ୟକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଉଭୟ ଦେଶ ଏକ ଅନ୍ତରୀଣ ବାଣିଜ୍ୟ ଚୁକ୍ତିନାମା ପାଇଁ…

ହୋମଗାର୍ଡ ପରୀକ୍ଷାବେଳେ ଯୁବକ ଗୁରୁତର: ଗଞ୍ଜାମର ୪ ସ୍ଥାନରେ ଚାଲିଛି ପରୀକ୍ଷା

ଭଞ୍ଜନଗର,୭।୨(ବାବୁଲା ପ୍ରଧାନ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଶନିବାର ଖାଲିଥିବା ୧୩୫ ଟି ଗୃହରକ୍ଷୀ (ହୋମଗାର୍ଡ) ପଦବୀ ପୂରଣ ପାଇଁ ବିଭିନ୍ନ କେନ୍ଦ୍ରରେ ସାଧାରଣ ଡ୍ୟୁଟି ପାଇଁ…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri