Posted inଜାତୀୟ

୨୪ ଘଣ୍ଟାରେ ୧୨୩ ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୪ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ୨ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ଏହା ୧୨୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୭୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୧୯୩ ଥିଲା। ସେହିପରି ୨୪ ଘଣ୍ଟାରେ ୩୧୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୫୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୮୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୧ ହଜାର ୮୮୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୬ ହଜାର ୯୯୫ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri