ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି। ୨୦୨୧ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଶୁଣିବାକୁ ମିଳୁଥିଲେ ସୁଦ୍ଧା କେବେ ଶେଷ ହେବ ବୋଲି ଜିଲାବାସୀ ଅପେକ୍ଷା କରିଛନ୍ତି। ପର୍ଯ୍ୟଟନର ବିକାଶ ପାଇଁ ଜିଲାର ବିଭିନ୍ନ ସ୍ଥାନରେ ଚାଲିଛି ବିକାଶମୂଳକ ପ୍ରକଳ୍ପ କାର୍ଯ୍ୟ। ଏହା ଭିତରେ ଏବେ ଅନ୍ୟତମ ନିର୍ମାଣ ଚାଲିଥିବା ପ୍ରକଳ୍ପ କାର୍ଯ୍ୟ ହେଉଛି ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି। ଏହି ମୂର୍ତ୍ତି ସାରା ଓଡ଼ିଶାର ଉଚ୍ଚତମ ମୂର୍ତ୍ତି ହେବ ବୋଲି ଆକଳନ ହେଉଛି। ତେବେ ପୂର୍ବରୁ ରାଜ୍ୟର ରାଉରକେଲାରେ ଥିବା ହନୁମାନ ବାଟିକାରେ ୭୫ ଫୁଟର ହୁନମାନ ମୂର୍ତ୍ତି ରହିଥିବା ବେଳେ କୋରାପୁଟର ଦାମନଯୋଡ଼ିଠାରେ ୧୦୮ ଫୁଟ ଉଚ୍ଚତାର ହନୁମାନ ମୂର୍ତ୍ତି ରହିଛି। ତେବେ ଏହି ମୂର୍ତ୍ତିଠାରୁ ଯାଜପୁରରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ୧୨୩ ଫୁଟର ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ ଚାଲିଛି । ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ଅଧିକରୁ ଅଧିକ ପର୍ଯ୍ୟଟକ ଜିଲାକୁ ଆସିବେ ବୋଲି ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆକଳନ କରାଯାଉଛି। ଏହି ଶିବ ମୂର୍ତ୍ତିର ନିର୍ମାଣ କାର୍ଯ୍ୟର ପ୍ରଥମେ ମୂଲ୍ୟ ୯ କୋଟି ୮୦ ଲକ୍ଷ ୪୨ହଜାରରେ କାମ ଆରମ୍ଭ ହୋଇଥିଲା। କିନ୍ତୁ ବର୍ତ୍ତମାନ ସ୍ଥିତିରେ ଏହାର ଚତୁଃପାର୍ଶ୍ୱରେ ସୋନ୍ଦର୍ଯ୍ୟ କରଣ ନିମନ୍ତେ ଆହୁରି ୮କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହୋଇସାରିଥିବା ସୂଚନା ମିଳିଛି।

ଅନ୍ୟପଟରେ ଜିଲାକୁ ପର୍ଯ୍ୟଟକମାନେ ପହଞ୍ଚି ମା’ ବିରଜା ମନ୍ଦିର, ଦଶାଶ୍ବମେଧ ଘାଟ, ଉଦୟଗିରି ଓ କୁସୁମା ଭଳି ସ୍ଥାନ ବୁଲିଥାନ୍ତି। ତେବେ ଆଗକୁ ଏହି ସୁଉଚ୍ଚ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ ଶେଷ ହେଲେ ପର୍ଯ୍ୟଟନ କ୍ଷେତ୍ରରେ ଆଉ ପ।ଦେ ପର୍ଯ୍ୟଟକଙ୍କୁ ଯାଜପୁରରେ ଆକୃଷ୍ଟ କରିବା ନେଇ ବୁଦ୍ଧିଜୀବୀ କହିଛନ୍ତି। ଜିଲା ପ୍ରଶାସନ ଏହା ଉପରେ ଦୃଷ୍ଟି ଦେବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri