ବନ୍ଦ କୋଠରିରୁ ୧୨୩ କେଜି ଗଞ୍ଜେଇ ଜବତ

କୋରାପୁଟ,୨୫।୧(ସ୍ବ.ପ୍ର): ରାଜ୍ୟ ବାହାରକୁ ଚାଲାଣ ପାଇଁ ଏକ ବନ୍ଦ କୋଠରିରେ ରଖାଯାଇଥିବା ୧୨୩ କେଜି ଗଞ୍ଜେଇକୁ ପୋଲିସ ଜବତ କରିଛି। ଏହାର ବଜାର ମୂଲ୍ୟ ୧୨ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ ମାଛକୁଣ୍ଡ ଥାନା ଅନ୍ତର୍ଗତ ବାଲେଲ ଗ୍ରାମର ତ୍ରିନାଥ ଖରାଙ୍କ ବନ୍ଦଥିବା ଘରୁ ଏତେ ପରିମାଣର ଗଞ୍ଜେଇ ମିଳିଥିବା ଜଣାପଡିଛି। ଖବରରୁ ଜଣାପଡିଛି, ରାଜ୍ୟ ବାହାରକୁ ଚାଲାଣ ପାଇଁ ତ୍ରିନାଥଙ୍କ ଏକ ବନ୍ଦ ଘର ଭିତରେ ଗଞ୍ଜେଇ ରଖାଯାଇଥିବା ସୂଚନା ପାଇ ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ ମହାପାତ୍ର ମାଛକୁଣ୍ଡ ପୋଲିସକୁ ଖବର ଦେଇଥିଲେ। ମାଛକୁଣ୍ଡ ପୋଲିସ ବାଲେଲ ଗ୍ରାମକୁ ଯାଇଥିଲେ। ତେବେ ପୂର୍ବ ସୂଚନା ପାଇ ତ୍ରିନାଥ ଘରକୁ ତାଲା ପକାଇ ବନ୍ଦ କରି କେଉଁଆଡେ ଚାଲିଯାଇଥିଲେ। ସେ ଦୀର୍ଘ ସମୟ ଧରି ନ ଫେରିବାରୁ ପୋଲିସ ତାଙ୍କ ବନ୍ଦ ଘରର ତାଲା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଭାଙ୍ଗି ଘର ଭିତରେ ବସ୍ତାରେ ରଖାଯାଇଥିବା ୧୨୩ କେଜି ଗଞ୍ଜେଇକୁ ଜବତ କରିଥିଲା। ତ୍ରିନାଥ ଆନ୍ଧ୍ରର ମୁଞ୍ଚତ୍ପୁଟ ଅଞ୍ଚଳରୁ କିଣିଥିବା ଏହି ଗଞ୍ଜେଇକୁ ବିଭିନ୍ନ ରାଜ୍ୟକୁ ଚାଲାଣ କରିବାକୁ ମସୁଧା ଚଳାଇଥିଲେ। ସୂଚନାଯୋଗ୍ୟ, ପୋଲିସ ବଙ୍ଗରୁଗୁଡା ନଦୀ ଘାଟରେ ରଖାଯାଇଥିବା ଏକ ବୋଲେରୋକୁ ଯାଞ୍ଚ କରି ଦିନକ ତଳେ ୧୮୮ କେଜି ଗଞ୍ଜେଇ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri