ଜାଲ ସାର୍ଟିଫିକେଟରେ ଡାକ୍ତର

ସୁୁନ୍ଦରଗଡ,୧୩।୧୧ (ଡି.ଏନ୍‌.ଏ.)- ଜାଲ ସାର୍ଟିଫିକେଟ ଦେଇ ଜଣେ ବ୍ୟକ୍ତି ଗତ ୩ବର୍ଷ ଧରି ସରକାରୀ ଡାକ୍ତର ଭାବେ ଚାକିରି ପାଇ ରୋଗୀସେବା କରୁଥିଲେ ା ଏ ସଂକ୍ରାନ୍ତରେ ଅଭିଯୋଗ ହେବା ପରେ ଧରିତ୍ରୀରେ ଏକ ରିପୋର୍ଟ ସେପ୍ଟେମ୍ବର ୨୭ ତାରିଖରେ ପ୍ରକାଶ ପାଇଥିଲା ା ଏବେ ସୂଚନା ଅଧିକାର ଆଇନ ବଳରେ ସେହି ଡାକ୍ତରଙ୍କ ଜାଲ ସାର୍ଟିଫିକେଟ ତଥ୍ୟ ପଦାକୁ ଆସିଛି ା ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତି ପାଇଥିବା ଡା.ପଦ୍ମନାଭ ମୁଖୀ ବାରୁଆ ନାମକ ଏହି ନକଲି ଡାକ୍ତରଙ୍କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି ା
ଜାଲ ସାର୍ଟିଫିକେଟରେ ଜଣେ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ନୂଆଁଗାଁ ଅଞ୍ଚଳବାସୀଙ୍କ ତରଫରୁ ସୁନ୍ଦରଗଡ ଜିଲାପାଳଙ୍କଠାରେ ଅଭିଯୋଗ ହୋଇଥିଲା। ସମ୍ପୃକ୍ତ ବ୍ୟକ୍ତିଙ୍କ ଡାକ୍ତରୀ ସାର୍ଟିଫିକେଟ ଜାଲ୍‌ ବୋଲି ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟରୁ ସ୍ପଷ୍ଟ ହୋଇଛି । ୨୦୧୬ ମସିହାରେ ଏହି ଡାକ୍ତରଙ୍କୁ ନିଯୁକ୍ତି ପ୍ରଦାନ ବେଳେ ସାର୍ଟିଫିକେଟଗୁଡିକୁ ଠିକ ଭାବେ ଯାଞ୍ଚ କରା ନ ଯାଇ କିଭଳି ତାଙ୍କୁ ନିଯୁକ୍ତି ଦିଆ ଯାଇଥିଲା ସେ ନେଇ ସ୍ବାସ୍ଥ୍ୟ ବିଭାଗର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଅଭିଯୋଗ ପରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ତରଫରୁ ସମ୍ପୃକ୍ତ ଡାକ୍ତରଙ୍କ ଡାକ୍ତରୀ ଶିକ୍ଷା ସାର୍ଟିଫିକେଟର ବୈଧତା ସମ୍ପର୍କରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ, ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜ କର୍ତ୍ତୃପକ୍ଷଙ୍କୁ ପତ୍ର ଲେଖାଯାଇଛି । ଏଥିସହିତ ସମ୍ପୃକ୍ତ ଡାକ୍ତର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜରୁ ଡାକ୍ତରୀ ପାସ ପରେ ଓଡ଼ିଶା ମେଡିକାଲ କାଉନସିଲରେ ନାମ ପଞ୍ଜୀକରଣ ନ କରି କିଭଳି ବିହାର ମେଡିକାଲ କାଉନସିଲରେ ନାମ ପଞ୍ଜୀକରଣ କଲେ ତାହା ସନ୍ଦେହ ଘେରରେ ରହିଛି। ଏଥିସହିତ ଅଲ ଇଣ୍ଡିଆ ମେଡିକାଲ କାଉନସିଲରେ ତାଙ୍କ ନାମ ପଞ୍ଜୀକରଣ ହୋଇଛି କି ନାହିଁ ସେ ସମ୍ପର୍କରେ ଜାଣିବା ପାଇଁ ଚିଠି ଲେଖା ଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା ସରୋଜ କୁମାର ମିଶ୍ର ପ୍ରକାଶ କରିଛନ୍ତି। ଡା ପଦ୍ମନାଭ ମୁଖୀ ବାରୁଆ ନାମଧାରୀ କୌଣସି ଛାତ୍ର ୨୦୦୨ ମସିହା ଫାଇନାଲ କିମ୍ବା ସପ୍ଲିମେଣ୍ଟାରୀ ଏମ୍‌ବିବିଏସ୍‌ ପରୀକ୍ଷା ଦେଇ ନ ଥିବା ସୂଚନା ଅଧିକାର ଆଇନ ବଳରେ ଜଣାପଡିଛି । ଏହି ଘଟଣା ଜଣାପଡିବା ପରେ ସମ୍ପୃକ୍ତ ଡାକ୍ତର ଛୁଟିରେ ଥିବାରୁ ତାଙ୍କ ସହିତ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri