ଅଜଣା ଜନ୍ତୁ ଆକ୍ରମଣରେ ୨୫ମେଣ୍ଢା ମୃତ

ଅମରପାଲି, ୧୩।୧୧ (ଡି.ଏନ.ଏ.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ କୁମୁରସିଂହା ଗ୍ରାମରେ ସୋମବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ୨୫ଟି ମେଣ୍ଢାଙ୍କର ମୃତ୍ୟୁ ହୋଇଛି। ଏଥିରେ ଅନ୍ୟ ୮ ମେଣ୍ଢା ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ସୂଚନାମତେ କୁମୁରସିଂହା ଗ୍ରାମରୁ ଟିକିଏ ଦୂରରେ ଗ୍ରାମର କପିଳ ମହାକୁର ଗୁହାଳ କରି ସେଠାରେ ପ୍ରାୟ ୫୨ଟି ମେଣ୍ଢା ପାଳନ କରିଥିଲେ। ଗତ ରାତିରେ କୌଣସି ବନ୍ୟଜନ୍ତୁ ଆସି ଗୁହାଳରେ ଥିବା ମେଣ୍ଢାପଲଙ୍କୁ ଆକ୍ରମଣ କରିଥିଲା। କାର୍ତ୍ତିକ ଚତୁର୍ଦ୍ଦଶୀ ଥିବାରୁ ଗାଁରେ ଡାକବାଜି ଯନ୍ତ୍ର ବାଜୁଥିଲା। ଫଳରେ ଆକ୍ରମଣ ସମୟରେ ମେଣ୍ଢାମାନଙ୍କର ଶଦ୍ଦ ଶୁଭାଯାଇ ନଥିଲା । ଏପରିକି ମେଣ୍ଢା ଗୁହାଳ ପାଖରେ କୌଣସି ବ୍ୟକ୍ତି ମଧ୍ୟ ଜଗୁ ନ ଥିଲେ । ଏହାର ସୁଯୋଗ ନେଇ ପ୍ରାୟ ୫ଟି ମେଣ୍ଢାଙ୍କୁ ଆକ୍ରମଣ କରିଥିଲା ବନ୍ୟଜନ୍ତୁ । ଆକ୍ରମଣ ପରେ ଜନ୍ତୁଟି ୧୪ ମେଣ୍ଢାଙ୍କୁ ଖାଇ ଦେଇଥିବା ଅନୁମାନ କରାଯାଇଛି। ଅନ୍ୟ ୧୧ ମେଣ୍ଢାଙ୍କ ମୃତଦେହ ଜବତ କରାଯାଇ ବ୍ୟବଚ୍ଛେଦ କରାଯାଇଛି। ଆକ୍ରମଣରେ ଗୁରୁତର ହୋଇଥିବା ୮ ମେଣ୍ଢାଙ୍କୁ ଚିକିତ୍ସା କରାଯାଇଥିବା ବୀରମହାରାଜପୁର ଭିଏସ୍‌ ଡା. ସୁବ୍ରତ ପୁରୋହିତ ପ୍ରକାଶ କରିଛନ୍ତି । ମାତ୍ର କପିଳଙ୍କ ଅଭିଯୋଗ ମତେ ତାଙ୍କର ୫୨ଟି ମେଣ୍ଢାରୁ ୨୫ ମେଣ୍ଢାଙ୍କ ମୃତ୍ୟୁ ହୋଇଛି । କପିଳ ମେଣ୍ଢା ପାଳନ କରି ଏଥିରେ ପରିବାର ଚଳାଉଥିଲେ । ମୃତ ମେଣ୍ଢାଙ୍କର ଆନୁମାନିକ ମୂଲ୍ୟ ପ୍ରାୟ ୧ ଲକ୍ଷ ଟଙ୍କା ହେବ। ତେଣୁ ତାଙ୍କୁ କ୍ଷତିପୁରଣ ଦେବାକୁ ଦାବି ହେଉଛି । ଏ ନେଇ ସୋନପୁର ଡିଏଫ୍‌ଓ ସୁଶାନ୍ତ ସାମନ୍ତରାୟଙ୍କୁ ପଚାରିବାରୁ କହଛନ୍ତି ଯେ, ବନ ବିଭାଗ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି। କୌଣସି ବନ୍ୟଜନ୍ତୁ ଆକ୍ରମଣ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡୁଛି । ୧୧ ମୃତ ମେଣ୍ଢାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରିଛୁ । ବିଭାଗ ପକ୍ଷରୁ ଯଥାଶୀଘ୍ର କ୍ଷତିପୂରଣ ଯୋଗାଇ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri