ବିଏସ୍‌କଓ୍ବୋଇରେ ସାମିଲ ହେବେ ୧୨,୩୯୮ କେନ୍ଦୁପତ୍ର ତୋଳାଳି

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲାର ବିଭିନ୍ନ ଡିଭିଜନରେ କେନ୍ଦୁପତ୍ର ତୋଳାଳି ଏବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ)ରେ ସାମିଲ ହୋଇ ଚିକିତ୍ସା ସୁବିଧା ପାଇପାରିବେ। ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ଅନୁମୋଦନ କ୍ରମେ ଜିଲାରେ କିଭଳି ଏହି ପ୍ରକ୍ରିୟା ତ୍ୱରାନ୍ବିତ ହେବ ସେ ନେଇ କେନ୍ଦୁପତ୍ର ୱେଲଫେୟାର ବୋର୍ଡ ଉପଦେଷ୍ଟା ସଞ୍ଜିତ ମହାନ୍ତି ଜିଲାପାଳ ଅନନ୍ୟା ଦାସ ଓ ସିଡିଏମ୍‌ଓ ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ଭେଟି ଆଲୋଚନା କରିଛନ୍ତି।
୨୦୨୨ ନଭେମ୍ବର ୨୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବା ପାଇଁ ଘୋଷଣା କରିଥିଲେ। ଘୋଷଣା ପୂର୍ବରୁ ରାଶନ କାର୍ଡକୁ ଆଧାର କରି କାର୍ଡ ପ୍ରଦାନ କରାଯାଇଥିବାରୁ ଜିଲାର ବହୁ କେନ୍ଦ୍ରୁପତ୍ର ତୋଳାଳି ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରି ନାହାନ୍ତି। ସେଥିମଧ୍ୟରେ ସମ୍ବଲପୁର କେନ୍ଦୁପତ୍ର ଡିଭିଜନରେ ଥିବା ୨୯୦୨୩ ତୋଳାଳି ମଧ୍ୟରୁ ୪୯୯୬, ରେଢ଼ାଖୋଲ ଡିଭିଜନର ୨୭୨୬୧ରୁ ୩୯୩୩, କୁଚିଣ୍ଡା ଡିଭିଜନର ୩୯୮୭୯ରୁ ୩୪୬୯ ମୋଟ ୧୨୩୯୮ଜଣ ତୋଳାଳି ରହିଛନ୍ତି। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ରାଶନକାର୍ଡ ବାଧ୍ୟତାମୂଳକ ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନିୟମକୁ କୋହଳ କରାଯାଇଥିବାରୁ ଏମାନେ ସାମିଲ ହୋଇପାରିବେ ବୋଲି ଆଶା ଉଜ୍ଜୀବିତ ହୋଇଛି। କେନ୍ଦୁପତ୍ର ପରିଚୟପତ୍ର ଥିବା ପରିବାର ମଧ୍ୟ ଏହି ଯୋଜନାରେ ସାମିଲ ହୋଇପାରିବେ। ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରି ନ ଥିବା ତୋଳାଳିଙ୍କ କେନ୍ଦୁପତ୍ର ପରିଚୟ ପତ୍ରକୁ ଆଧାର କରି ବିଏସ୍‌କେୱାଇ କାର୍ଡ ପ୍ରଦାନ କରିବା ନିଷ୍ପତ୍ତି ଦ୍ୱାରା ଓଡ଼ିଶାର ପ୍ରାୟ ଦେଢ ଲକ୍ଷ ତୋଳାଳି ଲାଭବାନ ହେବେ ବୋଲି ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri