ସିଆରପିଏଫ ୧୨୭ ବାଟାଲିୟନ ପକ୍ଷରୁ ବୀରତ୍ୱ ଦିବସ ପାଳିତ

ବାଲିଗୁଡ଼ା,୯।୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ସିଆରପିଏଫ’ର ୧୨୭ ବାଟାଲିୟନ ପକ୍ଷରୁ ସାହସୀ ସୈନିକ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ଉଦେଶ୍ୟରେ କ୍ୟାମ୍ପ ପରିସରରେ ବୀରତ୍ୱ ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ କମାଣ୍ଡାଣ୍ଟ ପଙ୍କଜ ବର୍ମା ଏବଂ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହି ନିଷ୍ଠା ଏବଂ ଆନ୍ତରିକତାର ସହିତ ସେମାନଙ୍କର କର୍ତ୍ତବ୍ୟ ପାଳନ କରିଥିବା ବାହିନୀ କର୍ମଚାରୀଙ୍କ ଅବଦାନକୁ ପ୍ରଶଂସା କରିବା ସହ ଏହି ଦିବସର ମହତ୍ୱ ସମ୍ପର୍କରେ ସମ୍ୟକ ସୂଚନା ପ୍ରଦାନ କରିଥିଲେ l ପରେ ପରେ ୟୁନିଟରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି, ବୀରନାରୀଙ୍କୁ ସମ୍ମାନିତ କରିବା, ସୈନିକ ସମ୍ମିଳନୀ ଭଳି ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ମାନ ଆୟୋଜନ କରି ଜବାନ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜନ ହୋଇଥିଲା l ଏଥିରେ ସମସ୍ତ ଜବାନ ମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ଶ୍ରେଣୀରେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri