ବରଗଡ଼ରୁ ୧୨୮ ନୂଆ କରୋନା ପଜିଟିଭ: ୨୩ ତାରିଖ ପର୍ଯ୍ୟନ୍ତ ଇଣ୍ଡିଆନ ବ୍ୟାଙ୍କ ଶଟ୍‌ଡାଉନ

ବରଗଡ଼ ଅଫିସ,୨୨।୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୧୨୮ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ବ୍ଲକର ୨୬, ବରଗଡ ପୌରାଞ୍ଚଳର ୩୬, ଅତାବିରା ବ୍ଲକର ୪, ଭେଡେନ ବ୍ଲକର ୭, ବିଜେପୁର ବ୍ଲକର ୪, ବରପାଲି ବ୍ଲକର ୧୧,ବରପାଲି ଏନ୍‌ଏସି୍‌ର ୩, ଭଟଲି ବ୍ଲକର ୫ଜଣ, ଅମ୍ବାଭୋନା ବ୍ଲକର ୪, ପଦ୍ମପୁର ବ୍ଲକର ୬, ଅତାବିରା ଏନ୍‌ଏସିର ୨, ପଦ୍ମପୁର ଏନ୍‌ଏସିର ୨, ସୋହେଲା ବ୍ଲକର ୮, ଝାରବନ୍ଧ ବ୍ଲକର ୨, ଗାଇସିଲେଟ ବ୍ଲକର ୨ ଏବଂ ଏଠାରେ ଚିକିତ୍ସାଧିନ ରହିଥିବା ଅନ୍ୟ ଜିଲାର ୫ଜଣ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪୬୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୨୫୪ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୧୧୯୯ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ସେହିପରି କାର୍ଯ୍ୟରତ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବରଗଡ଼ ଇଣ୍ଡିଆନ ବ୍ୟାଙ୍କକୁ ଶଟ୍‌ଡାଉନ ଘୋଷଣା କରାଯାଇଛି ବୋଲି ସୂଚନା ଦିଆଯାଇଛି । ଏହା ସହିତ ବର୍ତ୍ତମାନ ସୁଦ୍ଧା ଜିଲାର ୫୩ହଜାର ୫୪୪ ଜଣଙ୍କର କୋଭିଡ ଟେଷ୍ଟ ହୋଇ ସାରିଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?