ଜିଲାରେ ୧,୨୮,୧୫୭ ପିଲାଙ୍କୁ ଦିଆଯିବ ଟିକା

ଖୋର୍ଦ୍ଧା ଅଫିସ,୧୪ା୧: ଜିଲାରେ ପଲ୍‌ସ୍‌ ପୋଲିଓ ଟିକାକରଣ ପାଇଁ ଜିଲା ଟାସ୍କଫୋର୍ସ ବୈଠକ ଗୁରୁବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିବା ସହ ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗୁରୁତ୍ୱ ଦେଇଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ଆର୍ତ୍ତବନ୍ଧୁ ନାୟକ ସ୍ବାଗତ ଭାଷଣ ସହ ଟିକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ କହିଥିଲେ। ଜିଲାରେ ଜନ୍ମରୁ ୫ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ଆସନ୍ତା ୨୩ତାରିଖରୁ ୨୫ତାରିଖ ପର୍ଯ୍ୟନ୍ତ ପୋଲିଓ ପ୍ରତିଷେଧକ ଟିକା ଦିଆଯିବ। ପୋଲିଓ ବୁଥରେ ଯେଉଁ ପିଲାମାନେ ପ୍ରତିଷେଧକ ନେଇ ନ ଥିବେ ଘର ଘର ବୁଲି ଦିଆଯିବ।
ସ୍ବାସ୍ଥ୍ୟ ସଙ୍ଗଠନର ଭୁବନେଶ୍ୱର ପ୍ରତିନିଧି ଡା.ସୁନୀଲ କୁମାର ଦାସ ପଲ୍‌ସ୍‌ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ କହିଥିଲେ ଯେ, ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଯୋଗୁ ସମଗ୍ର ବିଶ୍ୱରେ ପୋଲିଓ ଦୂର ହେବା ଅବସ୍ଥାକୁ ଆସିଛି। ୨୦୨୩ ସୁଦ୍ଧା ବିଶ୍ୱକୁ ପୋଲିଓ ମୁକ୍ତ କରିବାକୁ ଲକ୍ଷ୍ୟ ରହିଛି। ଭାରତରେ ୨୦୧୧ ପର ଠାରୁ ପୋଲିଓ କେସ୍‌ ବାହାରି ନାହିଁ। ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରାଯାଇଛି। ଖୋର୍ଦ୍ଧା ଜିଲାରେ ପୋଲିଓ ଟିକାକରଣ କାର୍ଯ୍ୟକ୍ରମରେ ୧,୨୮,୧୫୭ଜଣ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ ଦେବା ପାଇଁ ଲକ୍ଷ୍ୟ ରହିଛି। ଜିଲାରେ ୬୨୦ଟି ପୋଲିଓ ବୁଥରେ ଏହି ଟିକା ଦିଆଯିବାକୁ ଥିବା ବେଳେ ୨୪୮୦ଜଣ ଭାକ୍ସିନେଟର ନିୟୋଜିତ ହେବେ। ୪୦ଟି ଟ୍ରାନ୍‌ଜିଟ୍‌ ଟିମ୍‌ ଓ ୨୨ଟି ମୋବାଇଲ ଟିମ୍‌ କାର୍ଯ୍ୟ କରିବ। ରେଳ ଷ୍ଟେଶନ ଓ ବସ୍‌ଷ୍ଟାଣ୍ଡରେ ଟ୍ରାନ୍‌ଜିଟ ଟିମ୍‌ ରହିବ। ବାହାରୁ ଆସୁଥିବା ପିଲାଙ୍କୁ ମଧ୍ୟ ପୋଲିଓ ପ୍ରତିଷେଧକ ଦେବା ପାଇଁ ବ୍ୟବସ୍ଥା କରାଯିବ। ଏହି ଟିକାକରଣ ପାଇଁ ପ୍ରତି ବ୍ଲକରେ ମଧ୍ୟ ବ୍ଲକ ଟାସ୍କଫୋର୍ସ ବୈଠକ କରାଯିବ। ପୋଲିଓ ଟିକାକରଣ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗ ଓ ସ୍ବେଚ୍ଛାସେବୀ ସଙ୍ଗଠନ ସହଯୋଗ କରିବାକୁ ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ରଘୁନାଥ ନାୟକ କହିବା ସହ ଧନ୍ୟବାଦ ଦେଇଥିଲେ। ବୈଠକରେ ସ୍ବାସ୍ଥ୍ୟ ବିଭାଗ ଓ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri