ଜିଲାରେ ୧,୨୮,୧୫୭ ପିଲାଙ୍କୁ ଦିଆଯିବ ଟିକା

ଖୋର୍ଦ୍ଧା ଅଫିସ,୧୪ା୧: ଜିଲାରେ ପଲ୍‌ସ୍‌ ପୋଲିଓ ଟିକାକରଣ ପାଇଁ ଜିଲା ଟାସ୍କଫୋର୍ସ ବୈଠକ ଗୁରୁବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଏଥିରେ ଅଧ୍ୟକ୍ଷତା କରିବା ସହ ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ଗୁରୁତ୍ୱ ଦେଇଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ଆର୍ତ୍ତବନ୍ଧୁ ନାୟକ ସ୍ବାଗତ ଭାଷଣ ସହ ଟିକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ କହିଥିଲେ। ଜିଲାରେ ଜନ୍ମରୁ ୫ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ଆସନ୍ତା ୨୩ତାରିଖରୁ ୨୫ତାରିଖ ପର୍ଯ୍ୟନ୍ତ ପୋଲିଓ ପ୍ରତିଷେଧକ ଟିକା ଦିଆଯିବ। ପୋଲିଓ ବୁଥରେ ଯେଉଁ ପିଲାମାନେ ପ୍ରତିଷେଧକ ନେଇ ନ ଥିବେ ଘର ଘର ବୁଲି ଦିଆଯିବ।
ସ୍ବାସ୍ଥ୍ୟ ସଙ୍ଗଠନର ଭୁବନେଶ୍ୱର ପ୍ରତିନିଧି ଡା.ସୁନୀଲ କୁମାର ଦାସ ପଲ୍‌ସ୍‌ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ସମ୍ପର୍କରେ କହିଥିଲେ ଯେ, ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମ ଯୋଗୁ ସମଗ୍ର ବିଶ୍ୱରେ ପୋଲିଓ ଦୂର ହେବା ଅବସ୍ଥାକୁ ଆସିଛି। ୨୦୨୩ ସୁଦ୍ଧା ବିଶ୍ୱକୁ ପୋଲିଓ ମୁକ୍ତ କରିବାକୁ ଲକ୍ଷ୍ୟ ରହିଛି। ଭାରତରେ ୨୦୧୧ ପର ଠାରୁ ପୋଲିଓ କେସ୍‌ ବାହାରି ନାହିଁ। ପୋଲିଓ ପ୍ରତିଷେଧକ ଟିକାକରଣ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରାଯାଇଛି। ଖୋର୍ଦ୍ଧା ଜିଲାରେ ପୋଲିଓ ଟିକାକରଣ କାର୍ଯ୍ୟକ୍ରମରେ ୧,୨୮,୧୫୭ଜଣ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ ଦେବା ପାଇଁ ଲକ୍ଷ୍ୟ ରହିଛି। ଜିଲାରେ ୬୨୦ଟି ପୋଲିଓ ବୁଥରେ ଏହି ଟିକା ଦିଆଯିବାକୁ ଥିବା ବେଳେ ୨୪୮୦ଜଣ ଭାକ୍ସିନେଟର ନିୟୋଜିତ ହେବେ। ୪୦ଟି ଟ୍ରାନ୍‌ଜିଟ୍‌ ଟିମ୍‌ ଓ ୨୨ଟି ମୋବାଇଲ ଟିମ୍‌ କାର୍ଯ୍ୟ କରିବ। ରେଳ ଷ୍ଟେଶନ ଓ ବସ୍‌ଷ୍ଟାଣ୍ଡରେ ଟ୍ରାନ୍‌ଜିଟ ଟିମ୍‌ ରହିବ। ବାହାରୁ ଆସୁଥିବା ପିଲାଙ୍କୁ ମଧ୍ୟ ପୋଲିଓ ପ୍ରତିଷେଧକ ଦେବା ପାଇଁ ବ୍ୟବସ୍ଥା କରାଯିବ। ଏହି ଟିକାକରଣ ପାଇଁ ପ୍ରତି ବ୍ଲକରେ ମଧ୍ୟ ବ୍ଲକ ଟାସ୍କଫୋର୍ସ ବୈଠକ କରାଯିବ। ପୋଲିଓ ଟିକାକରଣ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗ ଓ ସ୍ବେଚ୍ଛାସେବୀ ସଙ୍ଗଠନ ସହଯୋଗ କରିବାକୁ ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ରଘୁନାଥ ନାୟକ କହିବା ସହ ଧନ୍ୟବାଦ ଦେଇଥିଲେ। ବୈଠକରେ ସ୍ବାସ୍ଥ୍ୟ ବିଭାଗ ଓ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?