ଆଜି ରାଜ୍ୟରେ ୧୨୮୨ ପଜିଟିଭ୍‌ ଚିହ୍ନଟ, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୧୨୮୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬,୮୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୫୫ ଜଣ ଚିହ୍ନଟ ହୋଇଥିବା ବେଳେ ୫୨୭ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୯୨ ଏବଂ କଳାହାଣ୍ଡିରୁ ୧୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୪୯, ବାଲେଶ୍ୱର ୧୦, ବରଗଡ଼ ୮୪, ଭଦ୍ରକ ୨୪, ବଲାଙ୍ଗୀର ୪୫, କଟକ ୬୩, ଦେବଗଡ଼ ୩, ଢେଙ୍କାନାଳ , ଗଜପତି ୧, ଗଞ୍ଜାମ ୩୨, ଜଗତସିଂହପୁର ୩, ଯାଜପୁର ୨୬, ଝାରସୁଗୁଡ଼ା ୩୬, କେନ୍ଦ୍ରାପଡ଼ା ୬, କନ୍ଧମାଳ ୭, କେନ୍ଦୁଝର ୬, କୋରାପୁଟ ୮, ମୟୂରଭଞ୍ଜ ୫୨, ନବରଙ୍ଗପୁର ୨୭, ନୟାଗଡ଼ରୁ ୧୦, ନୂଆପଡ଼ା ୮୨, ପୁରୀ ୨୮, ରାୟଗଡ଼ା ୧୫, ସମ୍ବଲପୁରରୁ ୮୨ ଏବଂ ସୋନପୁରରୁ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୪୫।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୬,୮୦୮ରେ ପହଞ୍ଚିଥିବା ବେଳେ ୩,୩୮,୮୯୦ ଜଣ ସୁସ୍ଥ ହୋଇଛନ୍ତି। ୫,୯୪୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri