୧,୨୮,୨୫୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ଖୋର୍ଦ୍ଧା ଅଫିସ,୩୧।୧୨:ପୋଲିଓ ପ୍ରତିଷେଧକ ଟିକାକରଣ ଲାଗି ଜିଲା ଟାସ୍କ ର୍ଫୋସ କମିଟି ବୈଠକ ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାରେ ଜାନୁୟାରୀ ୧୭,୧୮ ଓ ୧୯ରେ ଜନ୍ମଠାରୁ ୫ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ ଟିକା ଦିଆଯିବ। ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା.ବିଶ୍ୱରଞ୍ଜନ ପତି କହିଥିଲେ, ବିଏମ୍‌ସିକୁ ବାଦ ଦେଇ ଜିଲାରେ ୧,୨୮,୫୦୦ ଶିଶୁଙ୍କୁ ପଲସ୍‌ ପୋଲିଓ ବୁନ୍ଦା ଦିଆଯିବ। ୬୦୦ଟି ପୋଲିଓ ବୁଥ କରାଯିବ। ବସଷ୍ଟାଣ୍ଡ, ରେଳଷ୍ଟେଶନରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏହାର ସୁପରିଚାଳନା ପାଇଁ ୪୦ ଟ୍ରାନଜିଟ ଟମ୍‌ ଓ ୨୨ଟି ମୋବାଇଲ ଟିମ୍‌ ରହିବ। ପୋଲିଓ ବୁଥ୍‌ରେ ପିଲାଙ୍କୁ ଏହି ପ୍ରତିଷେଧକ ଦିଆଯିବ। କୌଣସି କାରଣରୁ ରହିଯାଇଥିବା ଶିଶୁଙ୍କୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ପୋଲିଓ ବୁନ୍ଦା ଦେବେ। ଏ ନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନତା କରାଯିବ ବୋଲି କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଭୁବନେଶ୍ୱର ପ୍ରତିନିଧି ଡା.ସୁନିଲ କୁମାର ଦାସ, ଅତିିରିକ୍ତ ଜନସ୍ବାସ୍ଥ୍ୟ ସଞ୍ଚାର ଅଧିକାରୀ ପ୍ରଦ୍ୟୁମ୍ନ ମିଶ୍ର, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଦ୍ୱାରିକାନାଥ ଶତପଥୀ, ଗୀତାଞ୍ଜଳି ଦାସଙ୍କ ସମେତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀମାନେ ଯୋଗଦେଇଥିଲେ। ଖୋର୍ଦ୍ଧା ଜିଲାରେ ସ୍ବତନ୍ତ୍ର ଟିକାକରଣ ନଭେମ୍ବର ୨୦ରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୦୨୧ ଫେବୃୟାରୀ ୨୦ପର୍ଯ୍ୟନ୍ତ ଜାରି ରହିବ। ଯେଉଁ ଶିଶୁମାନେ ଯକ୍ଷ୍ମା, ଡିପଥୋରିଆ, ଟିଟାନସ, ମିଳିମିଳା, ରୁବେଲା ଏବଂ ପୋଲିଓ ପ୍ରତିଷେଧକ ଟିକା ନେଇନାହାନ୍ତି ମୋନଙ୍କୁ ପ୍ରତିଷେଧକ ଟୀକା ଦିଆଯାଇଛି ବୋଲି ସିଡିଏମଓ ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri