୧,୨୮,୨୫୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ଖୋର୍ଦ୍ଧା ଅଫିସ,୩୧।୧୨:ପୋଲିଓ ପ୍ରତିଷେଧକ ଟିକାକରଣ ଲାଗି ଜିଲା ଟାସ୍କ ର୍ଫୋସ କମିଟି ବୈଠକ ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଜିଲାରେ ଜାନୁୟାରୀ ୧୭,୧୮ ଓ ୧୯ରେ ଜନ୍ମଠାରୁ ୫ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ପୋଲିଓ ପ୍ରତିଷେଧକ ଟିକା ଦିଆଯିବ। ଜିଲା ମୁଖ୍ୟଚିକିତ୍ସାଧିକାରୀ ଡା.ବିଶ୍ୱରଞ୍ଜନ ପତି କହିଥିଲେ, ବିଏମ୍‌ସିକୁ ବାଦ ଦେଇ ଜିଲାରେ ୧,୨୮,୫୦୦ ଶିଶୁଙ୍କୁ ପଲସ୍‌ ପୋଲିଓ ବୁନ୍ଦା ଦିଆଯିବ। ୬୦୦ଟି ପୋଲିଓ ବୁଥ କରାଯିବ। ବସଷ୍ଟାଣ୍ଡ, ରେଳଷ୍ଟେଶନରେ ବିଶେଷ ଗୁରୁତ୍ୱ ଦିଆଯାଇଛି। ଏହାର ସୁପରିଚାଳନା ପାଇଁ ୪୦ ଟ୍ରାନଜିଟ ଟମ୍‌ ଓ ୨୨ଟି ମୋବାଇଲ ଟିମ୍‌ ରହିବ। ପୋଲିଓ ବୁଥ୍‌ରେ ପିଲାଙ୍କୁ ଏହି ପ୍ରତିଷେଧକ ଦିଆଯିବ। କୌଣସି କାରଣରୁ ରହିଯାଇଥିବା ଶିଶୁଙ୍କୁ ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ପୋଲିଓ ବୁନ୍ଦା ଦେବେ। ଏ ନେଇ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନତା କରାଯିବ ବୋଲି କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଭୁବନେଶ୍ୱର ପ୍ରତିନିଧି ଡା.ସୁନିଲ କୁମାର ଦାସ, ଅତିିରିକ୍ତ ଜନସ୍ବାସ୍ଥ୍ୟ ସଞ୍ଚାର ଅଧିକାରୀ ପ୍ରଦ୍ୟୁମ୍ନ ମିଶ୍ର, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଦ୍ୱାରିକାନାଥ ଶତପଥୀ, ଗୀତାଞ୍ଜଳି ଦାସଙ୍କ ସମେତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀମାନେ ଯୋଗଦେଇଥିଲେ। ଖୋର୍ଦ୍ଧା ଜିଲାରେ ସ୍ବତନ୍ତ୍ର ଟିକାକରଣ ନଭେମ୍ବର ୨୦ରୁ ଆରମ୍ଭ ହୋଇଛି। ଏହା ଆସନ୍ତା ୨୦୨୧ ଫେବୃୟାରୀ ୨୦ପର୍ଯ୍ୟନ୍ତ ଜାରି ରହିବ। ଯେଉଁ ଶିଶୁମାନେ ଯକ୍ଷ୍ମା, ଡିପଥୋରିଆ, ଟିଟାନସ, ମିଳିମିଳା, ରୁବେଲା ଏବଂ ପୋଲିଓ ପ୍ରତିଷେଧକ ଟିକା ନେଇନାହାନ୍ତି ମୋନଙ୍କୁ ପ୍ରତିଷେଧକ ଟୀକା ଦିଆଯାଇଛି ବୋଲି ସିଡିଏମଓ ପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri