Posted inRasifala

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ
ଗତକାଲି ପରି ଆଜିର ପରିସ୍ଥିତିରେ କୌଣସି ପରିବର୍ତ୍ତନ ହେବାର ସୂଚନା ପାଇ ପାରିବେ ନାହିଁ। ତଥାପି ଆପଣଙ୍କ ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତିକୁ ଗ୍ରହଣ କରିବା ଭଲ ହେବ।
ବୃଷ
ବୃଷ
କୌଣସି କାମ ଅଟକି ରହିବ ନାହିଁ । ତଥାପି ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅଫିସ୍‌ରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିଲେ ମଧ୍ୟ ପରିବହନରେ କ୍ଷତି କିମ୍ବା ଆକସ୍ମିକ ସମସ୍ୟାର ଆଶଙ୍କା ରହିଛି। ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
ମିଥୁନ
ମିଥୁନ
ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ନ ହେବା କାରଣକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ସାମାଜିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କଲେ ମଧ୍ୟ ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ଗ୍ରହମାନେ ସାମଗ୍ରିକ ସୁଖ, ସୁବିଧା ଓ ସୁଯୋଗ ପ୍ରଦାନ କରି ଆପଣଙ୍କ ବିଷାଦିତ ମନକୁ ଆହ୍ଲାଦିତ କରିବାରେ ସହାୟକ ହେବେ। ପରିବାରରେ ପୂର୍ବ ସମସ୍ୟା ସମାଧାନ ହେବାରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି। ସଭାସମିତିରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ , ଫଳରେ ଆଲୋଚନା ଅମୀମାଂସିତ ରହିପାରେ।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବ। ମାତ୍ର ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ।
କନ୍ୟା
ଜମା ଭଲ ସମ୍ପର୍କ ନ ଥିବା କୌଣସି ବନ୍ଧୁଙ୍କ ଉଦ୍ଦେଶ୍ୟ ପ୍ରଣୋଦିତ ମିଥ୍ୟା ଗୁଜବ ମନକୁ ଚହଲାଇ ଦେଇପାରେ। ଈର୍ଷାରେ ଜଳୁଥିବା ଆତ୍ମୀୟମାନଙ୍କ ଅସହଯୋଗ ଏବଂ ଅସମ୍ମାନ ପାଇ ଦୁଃଖିତ ହେବେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ।
ତୁଳା
ତୁଳା
ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହେବା ସହ ଜଣେ ପଡୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ପରିବାରରେ ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ରହିପାରନ୍ତି। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ଅନ୍ୟଥା କଳହ ଲାଗିପାରେ। ଯାତ୍ରା ସମୟରେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
ବିଛା
ବିଛା
ଦୀର୍ଘଦିନ ହେଲା ଯାହା ପାଉ ନ ଥିଲେ ଆଜି ତାହା ଲାଭ କରି ମନ ଖୁସି ହୋଇଯିବ। ହାତକୁ ନେଇଥିବା କାମଗୁଡିକ ଯଥା ସମୟରେ ସମ୍ପନ୍ନ ହେବାରେ କୌଶଳ ପ୍ରୟୋଗ କରିପାରିଲେ ଉପକୃତ ହେବେ। ଯେକୌଣସି କ୍ଷେତ୍ରରେ ମଧ୍ୟ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଦେଖିବେ ସବୁ ଠିକ୍‌ ହୋଇଯିବ।
ଧନୁ
ଧନୁ
ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାଯର୍‌ୟକାରୀ କରିବା ସକାଶେ ମନ ବଳାଇ ପାରନ୍ତି। ଏକସଙ୍ଗରେ ଅର୍ଥଲାଭ, ବନ୍ଧୁମିଳନ, ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗରେ ମନ ଖୁସି ରହିବ। କର୍ମକ୍ଷେତ୍ର ଏପରି କି ପ୍ରଶାସନିକ କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରିବା କାରଣରୁ କୌଣସି ସମସ୍ୟା ଉପୁଜିପାରେ।
ମକର
ମକର
ଦୁଶ୍ଚିନ୍ତା କାରଣରୁ ଟେନ୍ସନ ଲାଗି ରହିଥିଲେ ମଧ୍ୟ ଦୃଢ଼ତା ଓ ଧୈର୍ଯ୍ୟ ସମୟାନୁକ୍ରମେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବ। ବ୍ୟବସାୟ,ବାଣିଜ୍ୟ, ପରିବହନ, ମାଲିମକଦ୍ଦମା ପ୍ରଭୃତି କ୍ଷେତ୍ରରେ ଅଭିଳଷିତ ଫଳ ଅବଶ୍ୟ ପାଇପାରିବେ। ସ୍ବାସ୍ଥ୍ୟହାନି ସାଙ୍ଗକୁ ଆର୍ଥିକ ଅନଟନ କାରଣରୁ ଧାର କରଜ କରିବାକୁ ବାଧ୍ୟ ହୋଇପାରନ୍ତି ।
କୁମ୍ଭ
କୁମ୍ଭ
ପରିସ୍ଥିତି ପ୍ରତି ନଜର ଦେଇ କାମ କରି ଚାଲିଲେ କୌଣସି କାମ ଅଟକି ରହିବ ନାହିଁ। ପୁରୁଣା ଜିନିଷ ବିକ୍ରୟ କରି ନୂତନ ଦ୍ରବ୍ୟ କ୍ରୟ କରିବା ସକାଶେ ମନ ବଳିବ ଓ ପାଇବେ ମଧ୍ୟ। ପ୍ରତ୍ୟେକ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ।
ମୀନମୀନ
ଆଦୌ ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ତଥାପି ବନ୍ଧୁ ଗହଣରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବିବାଦୀୟ ଘଟଣା ଟିକିଏ ଜଟିଳ ଆଡ଼କୁ ଗତି କରିବାର ସୂଚନା ରହିଛି। ବ୍ୟବସାୟରେ ଲାଭ ମିଳିବ ଏବଂ କୌଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି।

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜାନୁଆରି ୪ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମାଧାନକରି ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତା, ବ୍ୟବସାୟ, ପରିବହନ ଓ ନିର୍ମାଣାଧୀନ କାମରେ ସଫଳତା ହାସଲକରିବେ। ଭାଗ୍ୟସ୍ଥ ଚନ୍ଦ୍ର ହେତୁ ଆନୁଷ୍ଠାନିକ କ୍ଷେତ୍ରରେ ସୁପରାମର୍ଶ...

ରାଶିଫଳ: ସୋମବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ । ଯାନ ବାହାନ ଚଳାଚଳରେ, ଆଲୋଚନା କ୍ଷେତ୍ର, ମାତୃବର୍ଗ,ଜମିଜମାରେ,...

ରାଶିଫଳ: ମଙ୍ଗଳବାର, ନଭେମ୍ବର ୫ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ, ଫଳରେ ପାଇବାକୁ ଥିବା ଜିନିଷଟି ନ...

ରାଶିଫଳ: ବୁଧବାର, ଜୁନ୍‍ ୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ତିନୋଟିଗ୍ରହ ମଧ୍ୟରେ ଭାଗ୍ୟସ୍ଥାନକୁ ଅବଲୋକନ କରି ନୂଆ ନୂଆ କାମର ରୂପରେଖ ପ୍ରସ୍ତୁତ କରାଇପାରନ୍ତି। ଦୀର୍ଘଦିନରୁ ଆପଣ ଯାହା ଆଶା କରୁଥିଲେ...

ରାଶିଫଳ: ଶୁକ୍ରବାର, ଜାନୁଆରି ୧୦ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଭାଗ୍ୟସ୍ଥାନକୁ ଅବଲୋକନ କରି ଆପଣଙ୍କ ଚେଷ୍ଟା ଓ କର୍ମାନୁସରି ଅର୍ଥପ୍ରାପ୍ତିର ମାର୍ଗ ଉନ୍ମୁକ୍ତ କରିବେ। ଆଶଙ୍କା ଥିଲେ ହେଁ ସାହାଯ୍ୟ, ସହଯୋଗ...

ରାଶିଫଳ: ଶୁକ୍ରବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରୁଥିବାରୁ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ,...

ରାଶିଫଳ: ଗୁରୁବାର ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ରବି ଓ ଚନ୍ଦ୍ର ଏକତ୍ର ଅବସ୍ଥାନ କରି ଘରୋଇ ଆଲୋଚନାରେ ସମୟ କଟାଇବେ । ଅସାବଧାନତା ହେତୁ କିମ୍ବା ଦ୍ରବ୍ୟନଷ୍ଟ କିମ୍ବା ଅର୍ଥହାନୀର ସମ୍ଭାବନା...

ରାଶିଫଳ: ଗୁରୁବାର, ଜୁନ୍‌ ୨୭ ତାରିଖ – Daily Horoscope

ମେଷ ରାହୁ ନକ୍ଷତ୍ରସ୍ଥ ରବି ଆପଣଙ୍କ ବିଚାରଧାରା ପରିବାରରେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିବ। ଅଟକି ରହିଥିବା କାମଗୁଡିକୁ ପୂରାଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି।...

Leave a comment

Your email address will not be published. Required fields are marked *