୧୨,୯୭୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ୪୧୮୩ କୋଟି ଟଙ୍କାର ୧୬ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏହାସହିତ ୧.୬୭ ଲକ୍ଷ କୋଟି ଟଙ୍କାର ୧୦ଟି ବୃହତ୍‌ ପ୍ରକଳ୍ପ ପାଇଁ ହାଇଲେଭଲ କ୍ଲିୟରାନ୍ସ ଅଥରିଟିକୁ ସୁପାରିସ କରିଛନ୍ତି।
ଶନିବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମୋଟ ୯ଟି କ୍ଷେତ୍ରର ୪୧୮୩ କୋଟି ଟଙ୍କାର ୧୬ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ରାଜ୍ୟରେ ୧୨,୯୭୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଅନୁମୋଦନ ପାଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରୁ ୬ଟି ଖୋର୍ଦ୍ଧା ଜିଲାରେ ସ୍ଥାପନ ହେବାକୁ ଥିବାବେଳେ ୩ଟି ପୁରୀ, ୨ଟି କୋରାପୁଟ ଓ ଗୋଟିଏ ଲେଖାଏ ଧାମରା, କଟକ, ଭଦ୍ରକ, ମୟୂରଭଞ୍ଜ ଓ ଅନୁଗୋଳରେ ସ୍ଥାପନ ହେବ। ପେପର, କାଠ ଓ ଜଙ୍ଗଲଜାତ ଦ୍ରବ୍ୟ, ଖାଦ୍ୟ ପ୍ରକ୍ରିୟାକରଣ, ଟେକ୍ସଟାଇଲ, ପରିଧାନ, ଟେକ୍‌ନିକାଲ ଟେକ୍ସଟାଇଲ, ମେଟାଲ ଆନ୍ସିଲାରି ଓ ଡାଉନ୍‌ଷ୍ଟ୍ରିମ୍‌, ପଲିମର ଓ ପ୍ଲାଷ୍ଟିକ୍‌ ପ୍ରଡକ୍ଟ, ପ୍ଲାଷ୍ଟିକ୍‌, ୱେଷ୍ଟ ମ୍ୟାନେଜ୍‌ମେଣ୍ଟ, ସର୍କୁଲାର ଇକୋନୋମି, କେମିକାଲ, ଟୁରିଜମ୍‌ ଓ ସିମେଣ୍ଟ କ୍ଷେତ୍ରରେ ଏହି ନିବେଶ ହେବ। ଯେଉଁସବୁ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି ସେଥିରେ ଗ୍ରୀନ୍‌ପ୍ଲାଏ ସ୍ପେଶାଲିଷ୍ଟ ପ୍ୟାନେଲ୍‌ସ ପ୍ରା ଲିଃ ୬୦୬ କୋଟି ଟଙ୍କା ନିବେଶ କରି କୋରାପୁଟର ସେମିଳିଗୁଡ଼ାରେ ୨ଟି ପ୍ରକଳ୍ପ କରିବ। ପେପର, କାଠ ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ପ୍ରକଳ୍ପ ହେବାକୁ ଥିବାବେଳେ ଓ ଏଥିରେ ୧୩୦୦ ଜଣଙ୍କୁ ନିଯୁକ୍ତି ମିଳିବ। ସେହିପରି ବରୁଣ ବେଭେରେଜ୍‌ ଲିଃ ୬୨୪.୩୦ କୋଟି ଟଙ୍କା ନିବେଶ କରି ୨୨୦ ଜଣଙ୍କୁ ନିଯୁକ୍ତି ଦେଇ ଖୋର୍ଦ୍ଧାର ମଳିପଡ଼ାଠାରେ ଫୁଡ୍‌ ପ୍ରୋସେସିଂ ପ୍ରକଳ୍ପ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri