୧୨,୯୭୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ୪୧୮୩ କୋଟି ଟଙ୍କାର ୧୬ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏହାସହିତ ୧.୬୭ ଲକ୍ଷ କୋଟି ଟଙ୍କାର ୧୦ଟି ବୃହତ୍‌ ପ୍ରକଳ୍ପ ପାଇଁ ହାଇଲେଭଲ କ୍ଲିୟରାନ୍ସ ଅଥରିଟିକୁ ସୁପାରିସ କରିଛନ୍ତି।
ଶନିବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମୋଟ ୯ଟି କ୍ଷେତ୍ରର ୪୧୮୩ କୋଟି ଟଙ୍କାର ୧୬ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ଏହାଦ୍ୱାରା ରାଜ୍ୟରେ ୧୨,୯୭୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଅନୁମୋଦନ ପାଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରୁ ୬ଟି ଖୋର୍ଦ୍ଧା ଜିଲାରେ ସ୍ଥାପନ ହେବାକୁ ଥିବାବେଳେ ୩ଟି ପୁରୀ, ୨ଟି କୋରାପୁଟ ଓ ଗୋଟିଏ ଲେଖାଏ ଧାମରା, କଟକ, ଭଦ୍ରକ, ମୟୂରଭଞ୍ଜ ଓ ଅନୁଗୋଳରେ ସ୍ଥାପନ ହେବ। ପେପର, କାଠ ଓ ଜଙ୍ଗଲଜାତ ଦ୍ରବ୍ୟ, ଖାଦ୍ୟ ପ୍ରକ୍ରିୟାକରଣ, ଟେକ୍ସଟାଇଲ, ପରିଧାନ, ଟେକ୍‌ନିକାଲ ଟେକ୍ସଟାଇଲ, ମେଟାଲ ଆନ୍ସିଲାରି ଓ ଡାଉନ୍‌ଷ୍ଟ୍ରିମ୍‌, ପଲିମର ଓ ପ୍ଲାଷ୍ଟିକ୍‌ ପ୍ରଡକ୍ଟ, ପ୍ଲାଷ୍ଟିକ୍‌, ୱେଷ୍ଟ ମ୍ୟାନେଜ୍‌ମେଣ୍ଟ, ସର୍କୁଲାର ଇକୋନୋମି, କେମିକାଲ, ଟୁରିଜମ୍‌ ଓ ସିମେଣ୍ଟ କ୍ଷେତ୍ରରେ ଏହି ନିବେଶ ହେବ। ଯେଉଁସବୁ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି ସେଥିରେ ଗ୍ରୀନ୍‌ପ୍ଲାଏ ସ୍ପେଶାଲିଷ୍ଟ ପ୍ୟାନେଲ୍‌ସ ପ୍ରା ଲିଃ ୬୦୬ କୋଟି ଟଙ୍କା ନିବେଶ କରି କୋରାପୁଟର ସେମିଳିଗୁଡ଼ାରେ ୨ଟି ପ୍ରକଳ୍ପ କରିବ। ପେପର, କାଠ ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ପ୍ରକଳ୍ପ ହେବାକୁ ଥିବାବେଳେ ଓ ଏଥିରେ ୧୩୦୦ ଜଣଙ୍କୁ ନିଯୁକ୍ତି ମିଳିବ। ସେହିପରି ବରୁଣ ବେଭେରେଜ୍‌ ଲିଃ ୬୨୪.୩୦ କୋଟି ଟଙ୍କା ନିବେଶ କରି ୨୨୦ ଜଣଙ୍କୁ ନିଯୁକ୍ତି ଦେଇ ଖୋର୍ଦ୍ଧାର ମଳିପଡ଼ାଠାରେ ଫୁଡ୍‌ ପ୍ରୋସେସିଂ ପ୍ରକଳ୍ପ କରିବ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri