Posted inଜାତୀୟ

ବଦଳିବ ଦେଶର ୧୩ ବିମାନବନ୍ଦରର ନାମ

ଔରଙ୍ଗାବାଦ,୧୭।୨: ଦେଶରେ ବିମାନବନ୍ଦର, ସହର ଓ ଐତିହାସିକ ସ୍ଥାନଗୁଡିକର ନାମ ପରିବର୍ତ୍ତନ କରିବାର ପ୍ରକ୍ରିୟାକୁ ଜୋରଦାର କରାଯାଇଛି। ବର୍ତ୍ତମାନ ଦେଶର ୧୩ଟି ବିମାନବନ୍ଦରର ନାମ ପରିବର୍ତ୍ତନ କରିବାକୁ ମୋଦି ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି ତାଲିକାରେ ମହାରାଷ୍ଟ୍ରର ଔରଙ୍ଗାବାଦ ସହର ମଧ୍ୟ ସାମିଲ ରହିଛି। ଏହାର ଗୋଟିଏ ଦିନ ପୂର୍ବରୁ ଭାଜପା ଶାସିତ ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱା ଶର୍ମା କହିଛନ୍ତି, ରାଜ୍ୟର ସମସ୍ତ ସ୍ଥାନର ନାମ ପରିବର୍ତ୍ତନ କରାଯିବ। ଏଥିପାଇଁ ଜନସାଧାରଣଙ୍କଠାରୁ ପରାମର୍ଶ ନିଆଯିବ ଏବଂ ପରାମର୍ଶ ପାଇଁ ଏକ ପୋର୍ଟାଲ ମଧ୍ୟ ତିଆରି କରାଯାଉଛି। ଅନ୍ୟପଟେ ଔରଙ୍ଗାବାଦ ବିମାନବନ୍ଦର ସମେତ ଦେଶର ୧୩ଟି ବିମାନବନ୍ଦରର ନାମ ପରିବର୍ତ୍ତନ କରିବାକୁ କେନ୍ଦ୍ର ସରକାରଙ୍କୁ ଏକ ପ୍ରସ୍ତାବ ପଠାଯାଇଛି ବୋଲି ଗୁରୁବାର କେନ୍ଦ୍ର ଅର୍ଥ ମନ୍ତ୍ରୀ ଭାଗବତ କରାଡ ସୂଚନା ଦେଇଛନ୍ତି। ତେବେ ମୋଦି କ୍ୟାବିନେଟ ଏହା ଉପରେ ନିଷ୍ପତ୍ତି ନେବ। ମହାରାଷ୍ଟ୍ରର ଔରଙ୍ଗାବାଦ ସହରର ବିମାନବନ୍ଦର ନାମ ପରିବର୍ତ୍ତନ କରାଯାଇ ମରାଠା ରାଜା ଛତ୍ରପତି ସମ୍ଭାଜୀଙ୍କ ନାମରେ ନାମିତ କରିବାକୁ କେନ୍ଦ୍ରକୁ ଏକ ପ୍ରସ୍ତାବ ଦିଆଯାଇଛି। ହଠାତ୍‌ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଭାଗବତ କହିଛନ୍ତି। ଭାରତରେ ଅତି କମ୍‌ରେ ୧୩ଟି ବିମାନବନ୍ଦରର ନାମ ପରିବର୍ତ୍ତନ କରାଯିବ ଏବଂ ଏହି ବିମାନବନ୍ଦରଗୁଡିକର ନୂତନ ନାମ ଉପରେ କ୍ୟାବିନେଟ ନିଷ୍ପତ୍ତି ନେବ ବୋଲି ସୂଚନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri