ଶେଷ ଦିନରେ ୧୩ ଆଶାୟୀଙ୍କ ପ୍ରାର୍ଥିପତ୍ର ଦାଖଲ

ପଦ୍ମପୁର,୧୭।୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଥିଲା ପ୍ରାର୍ଥିପତ୍ର ଦାଖଲର ଶେଷ ଦିବସ। ଅନ୍ତିମ ଦିବସରେ ୧୩ଜଣ ଆଶାୟୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ଦଳୀୟ ଥିବାବେଳେ ଅନ୍ୟ ୮ଜଣ ସ୍ବାଧୀନ ପ୍ରାର୍ଥୀ। ନାମାଙ୍କନ ଦାଖଲ କରିଥିବା ପ୍ରାର୍ଥୀଙ୍କ ମଧ୍ୟରେ ବିଜେଡ଼ିର ବର୍ଷାସିଂ ବରିହା, ଭାଜପାର ପ୍ରଦୀପ ପୁରୋହିତ, କଂଗ୍ରେସର ସତ୍ୟଭୂଷଣ ସାହୁ, ଓଜେପିର ମୁକ୍ତେଶ୍ୱର ଦାଶ, ଅଖିଳ ଭାରତ ହିନ୍ଦୁ ମହାସଭାର ବିଦ୍ୟାଧର ପାଣ୍ଡବ ରହିଛନ୍ତି । ସେହିପରି ସ୍ବାଧୀନ ପ୍ରାର୍ଥୀଭାବେ ଜୟନ୍ତ ଥପା, ଶେଷଦେବ ସାହୁ, ବୃନ୍ଦାବନ ପୁରୋହିତ, ରେବତୀ ଗିରି, ଉଦିଦ ବନ୍ଦିଆ, ଦେବାର୍ଚ୍ଚନ ନାୟକ, ଗଙ୍ଗାଧର ଶାହା ଏବଂ ଦେବବ୍ରତ ସୁନାନୀ ନାମାଙ୍କନ ଭରିଛନ୍ତି । ଗତ ୧୦ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ହେଁ କେହି ଦାଖଲ କରି ନ ଥିଲେ। ପ୍ରଧାନମନ୍ତ୍ରୀ ଫସଲବୀମା ସହାୟତା, ଇନପୁଟ୍‌ ସବ୍‌ସିଡ଼ି ଦାବିରେ ପଦ୍ମପୁର ଉପଜିଲାପାଳ ତଥା ଉପନିର୍ବାଚନର ରିଟର୍ନିଂ ଅଫିସରଙ୍କ ଅଫିସ ସମ୍ମୁଖରେ ରାଜବୋଡ଼ାସମ୍ବର କୃଷକ ସଂଗଠନ ନେତୃତ୍ୱରେ ଧାରଣାରତ ଚାଷୀମାନେ ବୀମା ଏବଂ ଇନପୁଟ୍‌ ସବସିଡ଼ି ସହାୟତା ନ ମିଳିବା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ ନ କରିବାକୁ ନିବେଦନ କରିବା ଫଳରେ ନାମାଙ୍କନ ଦାଖଲ ସବୁଦଳ ପାଇଁ ଅଡ଼ୁଆ ସାଜିଥିଲା। ଗତ ୧୪ତାରିଖ ୨କେନ୍ଦ୍ରମନ୍ତ୍ରୀ ଏବଂ ଅନ୍ୟ ନେତୃବୃନ୍ଦଙ୍କ ସହ ଏକ ବିଶାଳ ପଟୁଆରରେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ନାମାଙ୍କନ ଦାଖଲ ପାଇଁ ବାହାରିଥିଲେ। ମାତ୍ର ରିଟର୍ନିଂ ଅଫିସର ତ୍ରିଲୋଚନ ପାତ୍ରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ଚାଷୀଙ୍କୁ ସମ୍ମାନ ଜଣା ନାମାଙ୍କନ ଦାଖଲ ନ କରି ଫେରି ଯାଇଥିବା ପ୍ରଦୀପ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri