ଶେଷ ଦିନରେ ୧୩ ଆଶାୟୀଙ୍କ ପ୍ରାର୍ଥିପତ୍ର ଦାଖଲ

ପଦ୍ମପୁର,୧୭।୧୧(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର ଥିଲା ପ୍ରାର୍ଥିପତ୍ର ଦାଖଲର ଶେଷ ଦିବସ। ଅନ୍ତିମ ଦିବସରେ ୧୩ଜଣ ଆଶାୟୀ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ଦଳୀୟ ଥିବାବେଳେ ଅନ୍ୟ ୮ଜଣ ସ୍ବାଧୀନ ପ୍ରାର୍ଥୀ। ନାମାଙ୍କନ ଦାଖଲ କରିଥିବା ପ୍ରାର୍ଥୀଙ୍କ ମଧ୍ୟରେ ବିଜେଡ଼ିର ବର୍ଷାସିଂ ବରିହା, ଭାଜପାର ପ୍ରଦୀପ ପୁରୋହିତ, କଂଗ୍ରେସର ସତ୍ୟଭୂଷଣ ସାହୁ, ଓଜେପିର ମୁକ୍ତେଶ୍ୱର ଦାଶ, ଅଖିଳ ଭାରତ ହିନ୍ଦୁ ମହାସଭାର ବିଦ୍ୟାଧର ପାଣ୍ଡବ ରହିଛନ୍ତି । ସେହିପରି ସ୍ବାଧୀନ ପ୍ରାର୍ଥୀଭାବେ ଜୟନ୍ତ ଥପା, ଶେଷଦେବ ସାହୁ, ବୃନ୍ଦାବନ ପୁରୋହିତ, ରେବତୀ ଗିରି, ଉଦିଦ ବନ୍ଦିଆ, ଦେବାର୍ଚ୍ଚନ ନାୟକ, ଗଙ୍ଗାଧର ଶାହା ଏବଂ ଦେବବ୍ରତ ସୁନାନୀ ନାମାଙ୍କନ ଭରିଛନ୍ତି । ଗତ ୧୦ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିଲେ ହେଁ କେହି ଦାଖଲ କରି ନ ଥିଲେ। ପ୍ରଧାନମନ୍ତ୍ରୀ ଫସଲବୀମା ସହାୟତା, ଇନପୁଟ୍‌ ସବ୍‌ସିଡ଼ି ଦାବିରେ ପଦ୍ମପୁର ଉପଜିଲାପାଳ ତଥା ଉପନିର୍ବାଚନର ରିଟର୍ନିଂ ଅଫିସରଙ୍କ ଅଫିସ ସମ୍ମୁଖରେ ରାଜବୋଡ଼ାସମ୍ବର କୃଷକ ସଂଗଠନ ନେତୃତ୍ୱରେ ଧାରଣାରତ ଚାଷୀମାନେ ବୀମା ଏବଂ ଇନପୁଟ୍‌ ସବସିଡ଼ି ସହାୟତା ନ ମିଳିବା ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ ନ କରିବାକୁ ନିବେଦନ କରିବା ଫଳରେ ନାମାଙ୍କନ ଦାଖଲ ସବୁଦଳ ପାଇଁ ଅଡ଼ୁଆ ସାଜିଥିଲା। ଗତ ୧୪ତାରିଖ ୨କେନ୍ଦ୍ରମନ୍ତ୍ରୀ ଏବଂ ଅନ୍ୟ ନେତୃବୃନ୍ଦଙ୍କ ସହ ଏକ ବିଶାଳ ପଟୁଆରରେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ନାମାଙ୍କନ ଦାଖଲ ପାଇଁ ବାହାରିଥିଲେ। ମାତ୍ର ରିଟର୍ନିଂ ଅଫିସର ତ୍ରିଲୋଚନ ପାତ୍ରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ଚାଷୀଙ୍କୁ ସମ୍ମାନ ଜଣା ନାମାଙ୍କନ ଦାଖଲ ନ କରି ଫେରି ଯାଇଥିବା ପ୍ରଦୀପ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri