Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ: ଆଲର୍ଟରେ ସୁରକ୍ଷାକର୍ମୀ

ଶ୍ରୀନଗର,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଘଟିଛି। ଏହାପରେ ଜମ୍ମୁ-କଶ୍ମୀରରେ ଆଇନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ୧୩ଟି ସିଆଇଏସ୍‌ଏଫ୍‌ କମ୍ପାନୀକୁ ମୁତୟନ କରାଯାଇଛି। ଆଉଟର କର୍ଡନ ଅଞ୍ଚଳରେ ସିଆଇଏସ୍‌ଏଫ୍‌କୁ ନିୟୋଜିତ କରାଯାଇଛି ଏବଂ ସର୍ଚ୍ଚ ଅପରେଶନ ଜାରି ରହିଛି ବୋଲି ସିଆଇଏସ୍‌ଏଫ୍‌ର ଡିଜି ଡକ୍ଟର ଅନିଲ ପାଣ୍ଡେ କହିଛନ୍ତି। ସୂଚନାଯୋଗ୍ୟ, ଶୁକବ୍ରାର ସୁଞ୍ଜଓ୍ବାନ ଅଞ୍ଚଳରେ ଜୈଶ-ଇ-ମହମ୍ମଦ ଫିଦାଇନର କିଛି ଆତଙ୍କବାଦୀ ସେଠାରେ ଲୁଚି ରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ମିଳିଥିଲା। ସେଠାରେ ସର୍ଚ୍ଚ ଅପରେଶନ୍‌ କରିବା ଲାଗି ଜମ୍ମୁର ଚଡ୍ଡା କ୍ୟାମ୍ପ ନିକଟରେ ଭୋର ସାଢ଼େ ୩ଟାରୁ ସିଆଇଏସ୍‌ଏଫ୍‌ ଯବାନମାନେ ବସ୍‌ରେ ଯାଉଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଆକ୍ରମଣ କରିଥିଲେ। ଏହାର ପ୍ରତିଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ଏହି ଏନ୍‌କାଉଣ୍ଟରରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି ବୋଲି ବୋଲି ପାଣ୍ଡେ କହିଛନ୍ତି। ଅନ୍ୟପଟେ ଏହି ଗୁଳିବିନିମୟରେ ସିଆଇଏସ୍‌ଏଫ୍‌ର ଜଣେ ଏସ୍‌ଆଇ ଶହୀଦ ହୋଇଛନ୍ତି। ଏଥିସହ ୪ଜଣ ଯବାନ ଆହତ ହୋଇଛନ୍ତି ବୋଲି ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?