ଶିଳ୍ପାନୁଷ୍ଠାନ କର୍ମଚାରୀଙ୍କ ପାଇଁ ୧୩ କୋଭିଡ୍‌ କେୟାର ସେଣ୍ଟର

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ରାଜ୍ୟରେ କାର୍ଯ୍ୟରତ ଶିଳ୍ପାନୁଷ୍ଠାନର ଅଧିକାରୀ ଏବଂ କର୍ମଚାରୀଙ୍କ ଲାଗି ୧୩ କୋଭିଡ୍‌ କେୟାର ସେଣ୍ଟର କାର୍ଯ୍ୟକ୍ଷମ ହୋଇଛି। ରାଜ୍ୟ ସରକାରଙ୍କ ଉଦ୍ୟମରେ ବିଭିନ୍ନ ଶିଳ୍ପସଂସ୍ଥା ଏବଂ ନିଗମ କାର୍ଯ୍ୟାଳୟ ପରିସରରେ ଏଗୁଡ଼ିକ ଆରମ୍ଭ ହୋଇଛି। ଗୁରୁବାର ଅନୁଷ୍ଠିତ ଏକ ଭିଡିଓ କନ୍‌ଫରେନ୍ସିଂ ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ଏହି ଅବସରରେ ମୁଖ୍ୟଶାସନ ସଚିବ କହିଛନ୍ତି, ୮୦ରୁ ୮୫% କରୋନା ଆକ୍ରାନ୍ତ କୋଭିଡ୍‌ କେୟାର ସେଣ୍ଟରରେ ଆରୋଗ୍ୟ ଲାଭ କରିପାରିବେ। ଶିଳ୍ପାନୁଷ୍ଠାନରେ କାର୍ଯ୍ୟରତ କୌଣସି କର୍ମଚାରୀ କରୋନା ଆକ୍ରାନ୍ତ ହେଲେ ସେମାନଙ୍କୁ ସୁବିଧାରେ ଚିକିତ୍ସା ସେବା ଯୋଗାଇ ଦେବାକୁ ଏପରି କୋଭିଡ୍‌ କେୟାର ସେଣ୍ଟର ପ୍ରସ୍ତୁତ କରାଯାଇଛି। ଓପିଟିସିଏଲ ପକ୍ଷରୁ ଚନ୍ଦକାରେ ୮ ଶଯ୍ୟା, ଡାଲମିଆ ସିମେଣ୍ଟ ପକ୍ଷରୁ ରାଜଗାଙ୍ଗପୁରରେ ୫୧ ଶଯ୍ୟା, ଆଦିତ୍ୟ ଆଲୁମିନିୟମ୍‌ ପକ୍ଷରୁ ଲପଙ୍ଗାରେ ୮ ଶଯ୍ୟା, ହିଣ୍ଡାଲ୍‌କୋ ପକ୍ଷରୁ ହୀରାକୁଦରେ ୧୪ ଶଯ୍ୟା ପ୍ରସ୍ତୁତ କରାଯାଇଛି। ସେହିପରି ଏନଏଲ୍‌ସି ଇଣ୍ଡିଆ ଲିମିଟେଡ୍‌ ଝାରସୁଗୁଡାରେ ୧୫ ଶଯ୍ୟା, ପାରାଦୀପ ଫସଫେଟ ଲିମିଟେଡ ୨୦ ଶଯ୍ୟା, ପାରାଦୀପ ଇଫ୍‌କୋ ୩୫ ଶଯ୍ୟା, ଆଇଓସିଏଲ ଟାଉନଶିପ୍‌ରେ ୪୦ ଶଯ୍ୟା, ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ପୁରୀଠାରେ ୩୫ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର ସ୍ଥାପନ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ଇଡ୍‌କୋ ପକ୍ଷରୁ ଏମଏସଏମ୍‌ଇଗୁଡିକ ପାଇଁ ଏକ ସ୍ବତନ୍ତ୍ର କେନ୍ଦ୍ର ସ୍ଥାପନ କରାଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri