ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୭୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡ଼, ନୂଆପଡ଼ା ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨।