୧୩ ପରିବାରଙ୍କୁ ଗ୍ରାମରୁ ବାସନ୍ଦ, ଗଞ୍ଜାମ ଏସପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଛତ୍ରପୁର,୧୫।୯(ଦିଲ୍ଲୀପ ସାମଲ): ସରକାର ଓ ଜିଲା ପ୍ରଶାସନ ବିଭିନ୍ନ ସଚେତନତା ସତ୍ତ୍ୱେ ହଟୁନାହିଁ ଗାଁରୁ ବାସନ୍ଦ ପ୍ରଥା । ଗଞ୍ଜାମ ଜିଲାରେ ଦୈନିକ ଏଭଳି ଘଟଣା ଦେଖିବାକୁ ମିଳୁଛି। ପ୍ରଶାସନ ଅଧିକାରୀ ଓ ପୋଲିସର ଦ୍ୱାରସ୍ଥ ସତ୍ତ୍ୱେ ସମସ୍ୟାର ସମାଧାନ ହୋଇପାରୁ ନଥିବା ଅଭିଯୋଗ ହେଉଛି। ଶୁକ୍ରବାର ୧୩ ପରିବାର ନିଜ ଗ୍ରାମ ଓ ଜାତିରୁ ବାସନ୍ଦ କରାଯାଇଥିବା ଅଭିଯୋଗ କରି ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ବାସନ୍ଦ ହୋଇଥିବା ପରିବାର ସଦସ୍ୟଙ୍କ ଅଭିଯୋଗ ଅନୁସାରେ, ସେମାନେ ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ କାଳିବରୋଇ ଗ୍ରାମର ଅନୁସୂଚିତ ଜନଜାତି ପରିବାର ଅଟନ୍ତି । ଗ୍ରାମରେ ପ୍ରାୟ ୧୦୦ ପରିବାର ବସବାସ କରୁଛନ୍ତି । ସେଥିମଧ୍ୟରୁ ହିନ୍ଦୁ ଓ ଖ୍ରୀଷ୍ଟ ଧର୍ମ ପରିବାର ରହିଛନ୍ତି । ଖ୍ରୀଷ୍ଟ ଧର୍ମ ଅବଲମ୍ବନ କରୁଥିବା ଗ୍ରାମର ଦୁଇଗୋଷ୍ଠୀ ମଧ୍ୟରେ ବିବାଦ ଲାଗି ରହିଛି । ଗୋଟିଏ ଗୋଷ୍ଠୀର କେତେକ ଅସମାଜିକ ବ୍ୟକ୍ତି ଅନ୍ୟ ଗୋଷ୍ଠୀର ୧୩ପରିବାରଙ୍କୁ ବିଭିନ୍ନ ପ୍ରକାର ନିର୍ଯାତନା ଦେଉଛନ୍ତି । ଏପରିକି ସେମାନଙ୍କୁ ଗ୍ରାମରୁ ତଡିଦେବା ସହ ବାସନ୍ଦ କରିବା ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି । ଫଳରେ ୧୩ ପରିବାର ଭୟରେ ଜୀବନ କାଟୁଛନ୍ତି । ଏନେଇ ଶୁକ୍ରବାର ସେମାନେ ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗଞ୍ଜାମ ଏସପି ଜଗମୋହନ ମିନା ଅଭିଯୋଗ ପାଇବା ପରେ ପାଟପୁର ଥାନା ଅଧିକାରୀଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି। ସେହିପରି ଏହି ଥାନା ବ୍ରହ୍ମପୁର ଏସପିଙ୍କ ଅଧୀନରେ ରହିଥିବା ବେଳେ ବ୍ରହ୍ମପୁର ଏସପିଙ୍କୁ ସାକ୍ଷତ କରିବା ପାଇଁ ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri