ମହୁମାଛି ଆକ୍ରମଣରେ ୧୩ ଆହତ, ୨ ଗୁରୁତର

ଦେବଗଡ଼,୨୨।୧୦(ଡି.ଏନ.ଏ): ଜଣେ ବ୍ୟକ୍ତିଙ୍କର ମୃତଦେହ ସତ୍କାର କରିବାକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ଦେବଗଡ଼ ପୌରାଞ୍ଚଳ ପତ୍ରାପାଲିସାହିର ୧୩ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଗୁରୁତର ଆହତ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଗୁରୁବାର ରାତିରେ ପତ୍ରାପାଲିସାହିର ଜୟ ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ମୃତଦେହ ସତ୍କାର ପାଇଁ ଶୁକ୍ରବାର ପୂର୍ବାହ୍ନରେ ତାଙ୍କ ପରିବାର ସଦସ୍ୟ ଏବଂ ସମ୍ପର୍କୀୟମାନେ ନିକଟସ୍ଥ ଶ୍ମଶାନକୁ ନେଇଥିଲେ। ସେଠାରେ ଅନ୍ତିମ ସତ୍କାର ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ନିକଟସ୍ଥ ଏକ ଅର୍ଜୁନ ଗଛରେ ବସା ବାନ୍ଧିଥିବା ମହୁମାଛି ସେମାନଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ। ମହୁମାଛି ଆକ୍ରମଣରୁ ବର୍ତ୍ତିବା ନିମନ୍ତେ କେତେକ ବ୍ୟକ୍ତି ମୃତଦେହ ଛାଡି ସେଠାରୁ ଧାଇଁ ପଳାଇଥିବା ବେଳେ ଆକାଶ ମୁଣ୍ଡା, ଦିଲ୍ଲୀପ ମୁଣ୍ଡା, ରାଜକୁମାର ମୁଣ୍ଡା, ମନ ମୁଣ୍ଡା, ବେଦ ମୁଣ୍ଡା, ଦୟା ମୁଣ୍ଡା, ଅର୍ଜୁନ ମୁଣ୍ଡା, ପଦୁ ମୁଣ୍ଡା, ସତ୍ୟ ମୁଣ୍ଡା, ଦୀପକ ମୁଣ୍ଡା ଓ ସୌଭାଗ୍ୟ ମୁଣ୍ଡା, କୁଞ୍ଜ ମୁଣ୍ଡା ଓ ମନୋହର ମୁଣ୍ଡା ପ୍ରମୁଖ ୧୩ ଜଣ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ କୁଞ୍ଜ ମୁଣ୍ଡା (୭୪) ଓ ମନୋହର ମୁଣ୍ଡା (୫୪) ଗୁରୁତର ଆହତ ହୋଇଥିଲେ। ଉପରୋକ୍ତ ୧୩ ଜଣ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହୋଇଥିଲେ। ମହୁମାଛି ଶାନ୍ତ ହେବା ପରେ ମୃତ ଜୟଙ୍କ ବନ୍ଧୁ ପରିଜନମାନେ ପୁଣି ଥରେ ଶ୍ମଶାନକୁ ଯାଇ ଜୟଙ୍କର ଅନ୍ତିମ ସତ୍କାର କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?