ହଂକଂର ବହୁତଳ ଆପାର୍ଟମେଣ୍ଟରେ ଭୀଷଣ ଅଗ୍ନିକାଣ୍ଡ, ଅନେକ ମୃତ

ହଂକଂ,୨୬।୧୧: ହଂକଂର ତାଇ ପୋ ଜିଲା ଅନ୍ତର୍ଗତ ଏକ ବହୁତଳ ଆପାର୍ଟମେଣ୍ଟ କମ୍ପ୍ଲେକ୍ସରେ ବ୍ୟାପିଥିବା ଭୀଷଣ ଅଗ୍ନିକାଣ୍ଡରେ ଅତିକମରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସହରର ଅଗ୍ନିଶମ ସେବା ବିଭାଗ ବୁଧବାର ଏହି ସୂଚନା ଦେଇଛି।

ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ଘୋଷଣା କରାଯାଇଥିଲା ଏବଂ ହସ୍ପିଟାଲକୁ ନିଆଯାଇଥିବା ଅନ୍ୟ ୪ ଜଣଙ୍କର ପରେ ମୃତ୍ୟୁ ହୋଇଛି।

ଏହି ଅଗ୍ନିକାଣ୍ଡରେ ଅନ୍ୟୂନ ୧୫ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଅଗ୍ନିଶମ କର୍ମଚାରୀ ମଧ୍ୟ ଅଛନ୍ତି। ପ୍ରାୟ ୭୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ରଖାଯାଇଛି।

ତାଇ ପୋ ଜିଲାର ୱାଙ୍ଗ୍ ଫୁକ୍ କୋର୍ଟ ନାମକ ଏହି ହାଉସିଂ କମ୍ପ୍ଲେକ୍ସର ବାହାର ଅଂଶରେ ଲାଗିଥିବା ବାଉଁଶ ମାଚାଂ ଏବଂ ନିର୍ମାଣ ନେଟିଂ ଦେଇ ନିଆଁ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା।

ଅପରାହ୍ନରେ ଏହି ନିଆଁ ଲାଗିଥିଲା ଏବଂ ରାତି ହେବା ପରେ ଏହାକୁ ସର୍ବୋଚ୍ଚ ସ୍ତର ‘ଲେଭଲ୍ ୫’ର ବିପଦ ସଙ୍କେତକୁ ଉନ୍ନୀତ କରାଯାଇଥିଲା। ଅଗ୍ନିଶମ କର୍ମଚାରୀମାନେ ୧୨୮ଟି ଅଗ୍ନିଶମ ଗାଡ଼ି ଏବଂ ୫୭ଟି ଆମ୍ବୁଲାନ୍ସ ନିୟୋଜିତ କରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ।

ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ ଏବେ ବି କିଛି ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି। ଫସି ରହିଥିବା ଅଧିକାଂଶ ଲୋକ ବୃଦ୍ଧ ବୋଲି ଜିଲ୍ଲା ପରିଷଦ ସଦସ୍ୟ ଲୋ ହିଉ-ଫୁଙ୍ଗ ସ୍ଥାନୀୟ ଟିଭି ଚ୍ୟାନେଲକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri