କେନ୍ଦୁଝର ଜିଲାରେ ୧୩ ଲକ୍ଷ ୭୧ ହଜାର ୬୬୧ ଭୋଟର, ୧୭୨୦ ବୁଥ୍‌ରେ କରିବେ ମତଦାନ

କେନ୍ଦୁଝର,୧୭ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶରେ ୧୮ତମ ସାଧାରଣ ନିର୍ବାଚନ ଲାଗି ଭାରତ ନିର୍ବାଚନ ଆୟୁକ୍ତଙ୍କ ଦ୍ୱାରା ତାରିଖ ଘୋଷଣା ହୋଇଥିବା ପରିପ୍ରେକ୍ଷୀରେ ରବିବାର ଜିଲାର ନିର୍ବାଚନୀ ପ୍ରସ୍ତୁତି ଓ ପରିଚାଳନା ସମ୍ପର୍କରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଜିଲାପାଳ ବିଶାଲ ସିଂହ ସବିଶେଷ ତଥ୍ୟ ପ୍ରଦାନ କରିଛନ୍ତି।

ଭାରତ ନିର୍ବାଚନ ଆୟୁକ୍ତଙ୍କ ଘୋଷଣା ଅନୁଯାୟୀ, କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ଜିଲାର ସମସ୍ତ ୬ଟି ବିଧାନସଭା କ୍ଷେତ୍ର ଏବଂ କେନ୍ଦୁଝର ସଂସଦୀୟ କ୍ଷେତ୍ରରେ ଅନ୍ତର୍ଭୁକ୍ତ ଥିବା ମୟୂରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ଲାଗି ମେ’ ୨୫ରେ ମତଦାନ ଅନୁଷ୍ଠିତ ହେବ। ଷଷ୍ଠ ପର୍ଯ୍ୟାୟ ପାଇଁ ଗେଜେଟ ବିଜ୍ଞପ୍ତି ୨୯ ଏପ୍ରିଲ ୨୦୨୪ରେ ପ୍ରକାଶ ପାଇବାକୁ ଥିବା ବେଳେ, ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ୬ ମେ’ ରଖାଯାଇଛି। ୭ ମେ’ ପ୍ରାର୍ଥିପତ୍ର ଯାଞ୍ଚ, ୯ ମେ’ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ହେବାକୁ ସ୍ଥିର ହୋଇଥିବା ବେଳେ ୨୫ ମେ’ରେ ମତଦାନ ଏବଂ ୪ ଜୁନ୍‌ରେ ଭୋଟ୍‌ ଗଣତି ହେବ ବୋଲି ଜିଲାପାଳ କହିଥିଲେ। ଆହୁରି ମଧ୍ୟ ଜିଲାପାଳ, ଜିଲାସ୍ତରରେ ଖର୍ଚ୍ଚ ତଦାରଖ ପାଇଁ ବ୍ୟବସ୍ଥା, ଜିଲାସ୍ତରୀୟ ମିଡିଆ ସାର୍ଟିଫିକେଟ ଏବଂ ମନିଟରିଂ କମିଟି, ନିର୍ବାଚନ ପରିଚାଳନାରେ ବ୍ୟବହୃତ ନାଗରିକ/ ପ୍ରାର୍ଥୀ କୈନ୍ଦ୍ରିକ ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ପ୍ରୟୋଗଗୁଡ଼ିକ ଯଥା ସି-ଭିଜିଲ ଆପ୍‌, ସୁବିଧା ପୋର୍ଟାଲ, ପ୍ରାର୍ଥୀ ଆଫିଡେଭିଟ ପୋର୍ଟାଲ, ଭୋଟର ସେବା ପୋର୍ଟାଲ, ଭୋଟର ହେଲ୍ପଲାଇନ ଏବଂ ସକ୍ଷମ ଆପ ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ଜିଲା ନିର୍ବାଚନ ପରିପ୍ରେକ୍ଷୀରେ ଅଧିକ ସୂଚନା ଦେବାକୁ ଯାଇ ଜିଲାପାଳ କହିଛନ୍ତି, ଜିଲାରେ ମତଦାତା ସଂଖ୍ୟା ୧୩,୭୧,୬୬୧ ଥିବା ବେଳେ ସେଥିମଧ୍ୟରୁ ୬,୮୩,୫୧୫ ପୁରୁଷ, ୬,୮୮,୦୬୦ ମହିଳା ଏବଂ ୮୬ ଜଣ ତୃତୀୟ ଲିଙ୍ଗୀ ଅଟନ୍ତି। ସମୁଦାୟ ଭୋଟରଙ୍କ ମଧ୍ୟରୁ ୧୨୪୮୪ ଜଣ ଦିବ୍ୟାଙ୍ଗ ଥିବା ବେଳେ ନୂତନ ଭୋଟର ସଂଖ୍ୟା ୩୫,୫୩୬ ହୋଇଥିବା ବେଳେ ୮୦ ବର୍ଷ ବୟସରୁ ଅଧିକ ୨୦,୦୦୫ ଭୋଟର ଜିଲାରେ ଏହି ସାଧାରଣ ନିର୍ବାଚନରେ ଭାଗ ନେବାକୁ ଯାଉଛନ୍ତି। ସେହିପରି ଭାବେ ଜିଲାରେ ୬ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ୬ଜଣ ବରିଷ୍ଠ ପ୍ରଶାସନିକ ଅଧିକାରୀ ରିଟର୍ନିଂ ଅଫିସର ଭାବେ ନିୟୋଜିତ ହୋଇଛନ୍ତି। ଜିଲାରେ ସର୍ବମୋଟ୍‌ ୧୭୨୦ ବୁଥ୍‌ ମଧ୍ୟରୁ ସ୍ବତନ୍ତ୍ର ଭାବେ ସଖୀ ବୁଥ୍‌ ୧୭୪, ଯୁବ ବୁଥ୍‌ ୩୦, ଦିବ୍ୟାଙ୍ଗ ବୁଥ୍‌ ୩, ଏବଂ ଗୋଟେ ଏଥ୍‌ନିକ ବୁଥ ଭାବରେ ଚିହ୍ନଟ ହୋଇଛି । ଏହି ୧୭୨୦ ପୋଲିଂ ଷ୍ଟେଶନରେ ୧୦,୭୩୧ ପୁରୁଷ ଏବଂ ୧୬୫୩ ମହିଳା ଏହିପରି ମୋଟ୍‌ ୧୨,୩୮୪ ଜଣ ପୋଲିଂ କର୍ମଚାରୀ ନିୟୋଜିତ ରହି ମତଦାନ ପ୍ରକ୍ରିୟା ଆଗେଇ ନେବେ।

ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବାରୁ ନିର୍ବାଚନ ଶେଷ ପର୍ଯ୍ୟନ୍ତ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଜିଲାପାଳ କହିଥିଲେ। ୨୪ ଘଣ୍ଟା ମଧ୍ୟରେ ହୋର୍ଡିଂ, ବ୍ୟାନର ଆଦି ବିଜ୍ଞାପନ ହଟାଇବାକୁ ଉଦ୍ୟମ କରାଯାଉଛି ବୋଲି କହିଥିଲେ। ନିର୍ବାଚନ ସମ୍ପର୍କିତ ଅଭିଯୋଗ ସିଧାସଳଖ ସି-ଭିଜିଲ ଆପ୍‌ର ଅଭିଯୋଗ କରିପାରିବେ। ୧୦୦ ଘଣ୍ଟା ମଧ୍ୟରେ ଅଭିଯୋଗ ଶୁଣାଣି କରାଯିବ ବୋଲି କହିଛନ୍ତି।

ଅନ୍ୟମାନଙ୍କ ମଧ୍ୟରେ ଜିଲା ଆରକ୍ଷୀ ଅଧୀକ୍ଷକ କୁଶଲକର ନୀତିନ ଡାଗୁଡୁ, ଅତିରିକ୍ତ ଜିଲାପାଳ ଯଦୁମଣି ମହଲା, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ ଓ ନିର୍ବାଚନ ଡେପୁଟି କଲେକ୍ଟର ବିକାଶ ଚନ୍ଦ୍ର ସାହୁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri