Posted inଖେଳ

୧୩ ଭାରତୀୟ ବକ୍ସର ଇରାନରେ ନେବେ ପ୍ରଶିକ୍ଷଣ

ନୂଆଦିଲ୍ଲୀ,୨୯ା୮: ଏସିଆନ୍‌ ବକ୍ସିଂ ଚାମ୍ପିୟନଶିପ୍‌ ରୌପ୍ୟ ପଦକ ବିଜେତା ଦୀପକ କୁମାର ଭୋରିଆ(୫୧ କିଗ୍ରା) ଓ କବିନ୍ଦର ସିଂ ବିଷ୍ଟ(୫୭ କିଗ୍ରା)ଙ୍କ ନେତୃତ୍ୱରେ ଇରାନରେ ୧୩ ଜଣିଆ ଭାରତୀୟ ବକ୍ସିଂ ଦଳ ପ୍ରଶିକ୍ଷଣ ନେବ। ଭାରତ ୧୦ ଦିନିଆ ଅଭ୍ୟାସ ଶିବିର ସାଙ୍ଗକୁ ମ୍ୟାଚରେ ଅଂଶଗ୍ରହଣ କରିବ।

ଦଳରେ ଥାଇଲାଣ୍ଡ ଓପନ ସ୍ବର୍ଣ୍ଣ ପଦକ ବିଜେତା ଗୋବିନ୍ଦ କୁମାର ସାହାଣୀ(୪୮ କିଗ୍ରା), ଅନନ୍ତ ଚୋପାଡେ(୫୪ କିଗ୍ରା), ଏମ୍‌ଡି ଏଟାଶ ଖାନ୍‌(୬୦ କିଗ୍ରା), ସଚିନ୍‌(୬୭ କିଗ୍ରା), ଅମିତ କୁମାର (୭୧ କିଗ୍ରା), ନବୀନ ବୁରା(୭୫ କିଗ୍ରା), ଅର୍ଶଦୀପ(୮୦ କିଗ୍ରା), ଲକ୍ଷ୍ୟ ଚହର(୮୬ କିଗ୍ରା), ନବୀନ୍‌ କୁମାର (୯୨ କିଗ୍ରା) ଏବଂ ଟୋକିଓ ଅଲିମ୍ପିକ୍ସ କ୍ୱାର୍ଟର ଫାଇନାଲିଷ୍ଟ ସତୀଶ କୁମାରୀ (୯୨+ କିଗ୍ରା) ସାମିଲ ଅଛନ୍ତି। ବର୍ମିଂହାମ୍‌ ୨୦୨୨ରେ ଭାଗ ନେଇଥିବା ୮ ପୁରୁଷ ବକ୍ସର ପ୍ରଶିକ୍ଷଣ ଶିବିରରେ ସାମିଲ ହୋଇ ନାହାନ୍ତି। ସେପ୍ଟେମ୍ବର ପ୍ରଥମ ସପ୍ତାହରୁ ଏହି ଖେଳାଳିଙ୍କ ଅଭ୍ୟାସ ଆରମ୍ଭ ହେବ। ୧୩ ଜଣିଆ ବକ୍ସିଂ ଦଳ ସହିତ ୪ ଜଣ ସପୋର୍ଟ ଷ୍ଟାଫ ଏହି ଗସ୍ତରେ ସାମିଲ ଅଛନ୍ତି। ଯୁବ ବକ୍ସରମାନଙ୍କୁ ଅନ୍ତର୍ଜାତୀୟ ଅଭିଜ୍ଞତା ପ୍ରଦାନ କରିବା ପାଇଁ ଭାରତୀୟ ବକ୍ସିଂ ଫେଡେରେଶନ୍‌ ପକ୍ଷରୁ ଏହି ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri