୧୩ ନଂ. ଜୋନ୍‌ରେ ଅଭିନେତ୍ରୀ ବର୍ଷାଙ୍କ ପ୍ରଚାର

ଧାମନଗର, ୨୨।୨ ଭଦ୍ରକ ଜିଲା ଧାମନଗର ବ୍ଲକରେ ଆସନ୍ତା ୨୪ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଣୁ ପ୍ରାର୍ଥୀମାନେ ସେମାନଙ୍କ ପ୍ରଚାରରେ ଲାଗିପଡ଼ିଛନ୍ତି। ନିଜ ସପକ୍ଷରେ ଭୋଟ୍‌ ପାଇଁ ଭୋଟରମାନଙ୍କୁ ମନାଇବା ପାଇଁ ପ୍ରୟାସ ଚଳାଇଛନ୍ତି। ତେବେ ବିଜେଡି ପକ୍ଷରୁ ନିର୍ବାଚନୀ ପ୍ରଚାର ଜୋରଦାର ଚାଲିଥିବା ବେଳେ ଏଥିରେ ସାମିଲ ହୋଇଛନ୍ତି ଷ୍ଟାର ପ୍ରଚାରକ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ସୋମବାର ୧୩ ନଂ. ଜୋନ୍‌ ଜିଲା ପରିଷଦ ପ୍ରାର୍ଥୀ ପ୍ରଦୀପ ମଲ୍ଲିକ, ଜୋନ୍‌ ଅଧୀନ ସମସ୍ତ ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟ ପ୍ରାର୍ଥୀଙ୍କ ପାଇଁ ଧୂଷୁରୀଠାରେ ଏକ ରାଲିରେ ସେ ସାମିଲ ହୋଇ ଭୋଟ୍‌ ଭିକ୍ଷା କରିଥିଲେ। ରଇପୁର ପଞ୍ଚାୟତର ସମିତିସଭ୍ୟା ପ୍ରାର୍ଥୀ ଶର୍ମିଷ୍ଠା ବେହେରା, ବିଜେଡିର ଜିଲା, ବ୍ଲକ ସଭାନେତ୍ରୀଙ୍କ ସହ ଅନ୍ୟ ନେତୃମଣ୍ଡଳୀ ଏଥିରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri