Posted inଜାତୀୟ

ଅକ୍ସିଜେନ ଅଭାବରୁ ଚାଲିଗଲା ୧୩ କୋଭିଡ୍‌ ଆକ୍ରାନ୍ତଙ୍କ ଜୀବନ : ଜିଲା ଅଧିକାରୀ ମାନିବାକୁ ନାରାଜ

ଚେନ୍ନାଇ,୫।୫ : ଅକ୍ସିଜେନ ଯୋଗାଣ ବ୍ୟବସ୍ଥାରେ ବାଧା ସୃଷ୍ଟି ହେବାରୁ ଚେନଗାଲପାଟୁ ସରକାରୀ ହସ୍ପିଟାଲରେ ଚାଲିଯାଇଛି ୧୩ ଗୁରୁତର କୋଭିଡ୍‌ ଆକ୍ରାନ୍ତଙ୍କ ଜୀବନ। କିନ୍ତୁ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଓ ହସ୍ପିଟାଲ କର୍ତ୍ତୁପକ୍ଷ ଅନ୍ୟ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ସେମାନଙ୍କ ମୃତ୍ୟୁ ଘଟିଥିବା କହିଛନ୍ତିି। ତେବେ ହସ୍ପିଟାଲର ଅବହେଳା ଏହି ଘଟଣା ପଛର କାରଣ ବୋଲି କହିଛନ୍ତି ଉକ୍ତ କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ପୋଷ୍ଟ ଗ୍ରାଜୁଏଟ୍‌ ଡାକ୍ତର।

ପ୍ରଶାସନିକ ଅବହେଳା ବିରୋଧରେ ଚେନଗାଲପାଟୁ ସରକାରୀ ହସ୍ପିଟାଲର ଡାକ୍ତରମାନେ ବୁଧବାର ସକାଳୁ ବିକ୍ଷୋଭ କରୁଛନ୍ତି। ଅକ୍ସିଜେନ ଅଭାବ ସମ୍ପର୍କରେ ମଙ୍ଗଳବାର ସକାଳେ ହସ୍ପିଟାଲ କର୍ତ୍ତୁପକ୍ଷଙ୍କୁ ଚେତାବନୀ ଦେଇଥିଲୁ। କିନ୍ତୁ ରାତି ସୁଦ୍ଧା ହସ୍ପିଟାଲ ମୁଖ୍ୟ ଓ ବରିଷ୍ଠ ଡାକ୍ତର ଏହାର ସମାଧାନ କରିପାରି ନ ଥିଲେ ବୋଲି ଜଣେ ଡାକ୍ତର ନାମ ପ୍ରକାଶ ନ କରିବା ସର୍ତ୍ତରେ କହିଛନ୍ତି।

ବିକ୍ଷୋଭକାରୀ ଡାକ୍ତରଙ୍କ ଅନୁଯାୟୀ, ହସ୍ପିଟାଲରେ ଆବଶ୍ୟକ ପରିମାଣର ଅକ୍ସିଜେନ ନ ଥିଲା। ସମସ୍ତ ଅକ୍ସିଜେନ ବେଡ୍‌ରେ କୋଭିଡ୍‌-୧୯ ଆକ୍ରାନ୍ତ ଭର୍ତ୍ତି ଥିଲେ। ହସ୍ପିଟାଲରେ ସାଧାରଣତଃ ପ୍ରତ୍ୟେକ ଦିନ ୨.୩ କିଲୋଲିଟର ଅକ୍ସିଜେନ ଦରକାର ହୁଏ। ମାତ୍ର ମଙ୍ଗଳବାର ଦରକାର ପଡ଼ିଥିଲା ୪.୫ କିଲୋଲିଟର ଅକ୍ସିଜେନ। ହସ୍ପିଟାଲ ଓ ଜିଲା ଅଧିକାରୀ ଏଥି ପ୍ରତି ଅନ୍ତିମ ସମୟ ପର୍ଯ୍ୟନ୍ତ ଧ୍ୟାନ ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri