Posted inଜାତୀୟ

ଇନ୍ଦୋର ମନ୍ଦିର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି: ଶୋକ ପ୍ରକାଶ କଲେ ସ୍ବରାଷ୍ଟ୍ରମନ୍ତ୍ରୀ

ଇନ୍ଦୋର,୩୦।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଗୁରୁବାର ରାମ ନବମୀ ଅବସରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀ ବେଲେଶ୍ୱର ଝୁଲେଲାଲ ମନ୍ଦିରରେ କୂଅ ଛାତ ଭୁଷୁଡ଼ିପଡ଼ିବାରୁ ୩୦ରୁ ଊର୍ଦ୍ଧ୍ୱ ଲୋକ ୪୦ଫୁଟ ଗଭୀର ତଳଖୁ ଖସି ପଡ଼ିଥିଲେ। ଏହି ଦୁର୍ଘଟଣାରେ ୧୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ଜଣଙ୍କୁ ଉଦ୍ଧାର କରାଯାଇଛି। ମୃତକଙ୍କ ମଧ୍ୟରେ ୨ମହିଳା ବି ସାମିଲ ଅଛନ୍ତି। କୂଅରେ ୪ରୁ ୫ ଫୁଟ ପାଣି ରହିଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଥିଲା। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଅନ୍ୟପଟେ ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଶୋକ ପ୍ରକାଶ କରି ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ହଜାର ଟଙ୍କା ସହୟତା ରାଶି ଘୋଷଣା ଘୋଷଣା କରିଛନ୍ତି। ଏଥିସହ ମାଜିଷ୍ଟ୍ରେଟ ଯାଞ୍ଚ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଦୁଃଖଦ ଘଟଣାରେ ଆମେ ପୀଡ଼ିତଙ୍କ ପରିବାର ସହ ଅଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଏହି ଦୁର୍ଘଟଣାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅତ୍ୟନ୍ତ ଦୁଃଖ ପ୍ରକାଶ କରିଛନ୍ତି। ଶୋକାକୁଳ ପରିବାର ପ୍ରତି ଶାହା ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?