ପାକିସ୍ତାନର ୨ଟି କ୍ୟାମ୍ପ ଉପରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ

କରାଚୀ,୩।୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ସୁରକ୍ଷା ବଳର ଦୁଇଟି କ୍ୟାମ୍ପ ଉପରେ ଆକ୍ରମଣ ହୋଇଛି। ଏଥିରେ ୧୩ ଆତଙ୍କବାଦୀ ଓ ୭ ସୈନ୍ୟ ନିହତ ହୋଇଥିବା ସେଠାର ଜଣେ ବରିଷ୍ଠ ମନ୍ତ୍ରୀ ଗୁରୁବାର ସୂଚନା ଦେଇଛନ୍ତି। ଆତଙ୍କବାଦ ବିରୋଧରେ ଏହା ଏକ ବଡ଼ ସଫଳତା ବୋଲି ସେ କହିଛନ୍ତି।

ବୁଧବାର ପଞ୍ଜଗୁର ଏବଂ ନୋଶକି ଜିଲାରେ ଥିବା ସେନା କ୍ୟାମ୍ପ ଉପରେ ଆକ୍ରମଣ ହୋଇଥିଲା। ପଞ୍ଜଗୁରରେ ଆତଙ୍କବାଦୀମାନେ ସୁରକ୍ଷା ବଳ କ୍ୟାମ୍ପରେ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ। ସେହିପରି ନୋଶକିରେ ସେମାନେ ଏକ ଫ୍ରଣ୍ଟିୟର କର୍ପସ୍‌ ପୋଷ୍ଟକୁ ଦଖଲ କରିବାକୁ ଉଦ୍ୟମ କରିଥିଲେ। ବେଆଇନ ଘୋଷିତ ବାଲୋଚ ଲିବରେଶନ ଆର୍ମୀ (ବିଏଲ୍‌ଏ) ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି। ସେମାନେ ପାକିସ୍ତାନର ଦୁଇଟି ସେନା କ୍ୟାମ୍ପ୍‌ରେ ୧୦୦ରୁ ଊର୍ଦ୍ଧ୍ୱ ସୈନ୍ୟଙ୍କୁ ମାରିଥିତ୍ବା ଏକ ପ୍ରେସ୍‌ ବିବୃତି ଜାରି କରି କହିଛନ୍ତି। ଉଭୟ ପଞ୍ଜଗୁର ଏବଂ ନୋଶକି ମିଲିଟାରୀ କ୍ୟାମ୍ପ୍‌ର ଅଧିକାଂଶ ଭାଗ ସେମାନଙ୍କ ଅକ୍ତିଆରରେ ଥିବା ବେଲୁଚିସ୍ତାନ ଲିବରେଶନ ଆର୍ମି ଦାବି କରିଛି। ସୁରକ୍ଷା ବଳ ପକ୍ଷରୁ ତୁରନ୍ତ ଏହାର ଠିକଣା ଜବାବ ଦିଆଯାଇଥିଲା। ନୋଶକିରେ ୯ ଆତଙ୍କବାଦୀ ଏବଂ ୪ ସୈନ୍ୟ ନିହତ ହୋଇଥିବାବେଳେ ପଞ୍ଜଗୁର୍‌ରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା ଗୃହମନ୍ତ୍ରୀ ଶେଖ୍‌ ରଶିଦ ଅହମଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri