ଲୁଣା-କରାଣ୍ଡିଆ ଦ୍ୱୀପାଞ୍ଚଳର ୧୩ ଗାଁ ଅବହେଳିତ

କେନ୍ଦ୍ରାପଡ଼ା ଅଫିସ, ୨୫।୫: କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ରହିଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ ମଧ୍ୟ ଅଦ୍ୟାବଧି ସୁଫଳ ମିଳିନାହିଁ। ସହରଠାରୁ ମାତ୍ର ୧୦ କିମି ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗି ରହିଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ଏବେ ୩ ବ୍ଲକ ଅଧୀନ ୫ ପଞ୍ଚାୟତରେ ଅଛି। ମାର୍ଶାଘାଇ ବ୍ଲକ ଆଇତିପୁର ପଞ୍ଚାୟତର ଆଇତିପୁର, ବଳରାମପୁର, ବାଳିସିଂ, ଜଳପୋକ ପଞ୍ଚାୟତ ଅଧୀନରେ ଥିବା ଡିହଜଳପୋକ, ପକ୍ଷଟ, କଣିବାଙ୍କ ସହ ଡେରାବିଶ ବ୍ଲକର ବସପୁର ପଞ୍ଚାୟତ ଅଧୀନରେ ଥିବା ଡିହବସୁପୁର ଓ ଇନ୍ଦାଳୋ ପଞ୍ଚାୟତ ଅଛି। ସେହିପରି ଏଠାରେ ଗରଦପୁର ବ୍ଲକସ୍ଥ ବଙ୍ଗାଳପୁର ପଞ୍ଚାୟତର ସାନସଲାର, ଶିଶୁଆ ଓ ସଠିଲୋ ଗ୍ରାମ ରହିଛି। ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ନଦୀ ଓ ଅନ୍ୟ ପାର୍ଶ୍ୱରେ ଲୁଣାନଦୀ ପ୍ରବାହିତ ହେଉଛି। ସଠିଲୋ ନିକଟରୁ ଏହି ଦ୍ୱୀପାଞ୍ଚଳ ଆରମ୍ଭ ହୋଇ ଡିହବଳରାମପୁରରେ ଶେଷ ହୋଇଛି। ଗ୍ରାମବାସୀଙ୍କ ମୁଖ୍ୟ ଜୀବିକା ପନିପରିବା ଚାଷ ହୋଇଥିବା ବେଳେ ଜଳସେଚନ ଓ ଉଠାଜଳସେଚନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ବିଭିନ୍ନ ପ୍ରକଳ୍ପ ଶେଷ ହୋଇ ନ ଥିବା ଗ୍ରାମବାସୀ କହିଛନ୍ତି। ଏ ସମ୍ପର୍କରେ ସାମାଜିକ କର୍ମୀ ନଗେନ୍ଦ୍ର ଜେନା କହିଛନ୍ତି, କରାଣ୍ଡିଆ ନଦୀ ଉପରେ ଏକ ପଥର ଆଡିବନ୍ଧ ନିର୍ମାଣ ଅଧାରେ ଅଟକି ଯାଇଛି। ଲୁଣାନଦୀର ବାମପାର୍ଶ୍ୱ ସୁଦୃଢ଼ ହେଉଥିବା ବେଳେ ଦକ୍ଷିଣପାର୍ଶ୍ୱ ବନ୍ଧର ବହୁ ସ୍ଥାନ ଦୁର୍ବଳ ଅଛି। ମହାନଦୀ ସିଷ୍ଟମରେ ବନ୍ୟାଜଳ ପ୍ରବାହିତ ହେଲେ ଦ୍ୱୀପାଞ୍ଚଳବାସୀଙ୍କ ପାଇଁ ବିପଦ ଘନାଇ ଆସୁଛି। ସେହିପରି ଡିହବଳରାମପୁର ଗଁାର ରମେଶ ଚନ୍ଦ୍ର ସାହାଣୀ କହିଛନ୍ତି, ଦ୍ୱୀପାଞ୍ଚଳରେ ଲୁଣାନଦୀ ବାମପାର୍ଶ୍ୱ ବନ୍ଧର ଲମ୍ବ ୫ କିଲୋମିଟର। ଏଥିରୁ ପ୍ରଥମ ୨ କିମି ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ଅବଶିଷ୍ଟ ବନ୍ଧ ଜଳସମ୍ପଦ ବିଭାଗ ଅଧୀନରେ ଅଛି। ବିଭିନ୍ନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନଦୀବନ୍ଧ ନିର୍ମାଣ ପାଇଁ ଟେଣ୍ଡର ହେଉଥିଲେ ମଧ୍ୟ ପ୍ରକଳ୍ପ ଅଧାପନ୍ତରିଆ ରହୁଛି। ଅପରପକ୍ଷରେ ଜଳସେଚନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ସେ କ୍ଷୋଭର ସହ ପ୍ରକାଶ କରିଛନ୍ତି। ସେହିପରି ଏହି ଦ୍ୱୀପାଞ୍ଚଳରେ ମୌଳିକ ସୁବିଧା ମିଳୁ ନ ଥିବା ଗ୍ରାମବାସୀ ମତ ଦେଇଛନ୍ତି। ଏ ସମ୍ପର୍କରେ ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ପ୍ରବୋଧ କୁମାର ରାଉତଙ୍କୁ ପଚାରିବାରେ ନଦୀବନ୍ଧ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ଏଥିସହ ଦ୍ୱୀପାଞ୍ଚଳର ଉନ୍ନତି ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri