ଭୁବନେଶ୍ୱର,୬।୮(ଅସମାପିକା ସାହୁ)ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ(ଏକାଦଶ)ରେ ମୋଟ ୧ଲକ୍ଷ ୩୧ହଜାର ୬୦୩ଟି ସିଟ୍ ଖାଲି ପଡ଼ିଛି। ରାଜ୍ୟର ମୋଟ ୨,୧୬୭ଟି ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନ ଓ ଜୁନିୟର କଲେଜରେ ଥିବା ୫ଲକ୍ଷ ୯ହଜାର ୩୭୩ଟି ସିଟ୍ ମଧ୍ୟରୁ ୩ଲକ୍ଷ ୭୭ହଜାର ୭୭୦ଟି ସିଟ୍ରେ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନଗୁଡ଼ିକରେ ପ୍ରଥମ ଓ ଦ୍ୱିତୀୟ ଚୟନ ପ୍ରକ୍ରିୟା ପରେ ଖାଲିଥିବା ସିଟ୍ଗୁଡ଼ିକୁ ପୂରଣ କରିବା ନିମନ୍ତେ ସମସ୍ତ ଆବେଦନକାରୀଙ୍କ ସହିତ ୱେଟେଜ୍ (ଏନସିସି, ସ୍କାଉଟ୍, ଗାଇଡ୍ ଓ ସ୍ପୋର୍ଟସ) ଦାବିଦାର ଛାତ୍ରୀଛାତ୍ରଙ୍କୁ ବିଚାରକୁ ନିଆଯାଇ ଏକ ମେରିଟ୍ ଲିଷ୍ଟ ପ୍ରସ୍ତୁତ କରାଯାଇଥିଲା। କିନ୍ତୁ ଏବେ ଜଣାପଡ଼ିଛି, ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ କିଛି ଶିକ୍ଷାନୁଷ୍ଠାନରେ ବିଭିନ୍ନ ବର୍ଗ ପାଇଁ ଧାର୍ଯ୍ୟ ଆସନର ୧୦ ପ୍ରତିଶତରୁ କମ୍ ରହିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

