Odisha Elections 2024

ଯୁକ୍ତ ୨ରେ ୧,୩୧,୬୦୩ ସିଟ୍‌ ଖାଲି

ଭୁବନେଶ୍ୱର,୬।୮(ଅସମାପିକା ସାହୁ)ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ଯୁକ୍ତ୨ ପ୍ରଥମ ବର୍ଷ(ଏକାଦଶ)ରେ ମୋଟ ୧ଲକ୍ଷ ୩୧ହଜାର ୬୦୩ଟି ସିଟ୍‌ ଖାଲି ପଡ଼ିଛି। ରାଜ୍ୟର ମୋଟ ୨,୧୬୭ଟି ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନ ଓ ଜୁନିୟର କଲେଜରେ ଥିବା ୫ଲକ୍ଷ ୯ହଜାର ୩୭୩ଟି ସିଟ୍‌ ମଧ୍ୟରୁ ୩ଲକ୍ଷ ୭୭ହଜାର ୭୭୦ଟି ସିଟ୍‌ରେ ଛାତ୍ରୀଛାତ୍ର ନାମ ଲେଖାଇଛନ୍ତି। ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଉଚ୍ଚ ମାଧ୍ୟମିକ ଶିକ୍ଷାନୁଷ୍ଠାନଗୁଡ଼ିକରେ ପ୍ରଥମ ଓ ଦ୍ୱିତୀୟ ଚୟନ ପ୍ରକ୍ରିୟା ପରେ ଖାଲିଥିବା ସିଟ୍‌ଗୁଡ଼ିକୁ ପୂରଣ କରିବା ନିମନ୍ତେ ସମସ୍ତ ଆବେଦନକାରୀଙ୍କ ସହିତ ୱେଟେଜ୍‌ (ଏନସିସି, ସ୍କାଉଟ୍‌, ଗାଇଡ୍‌ ଓ ସ୍ପୋର୍ଟସ) ଦାବିଦାର ଛାତ୍ରୀଛାତ୍ରଙ୍କୁ ବିଚାରକୁ ନିଆଯାଇ ଏକ ମେରିଟ୍‌ ଲିଷ୍ଟ ପ୍ରସ୍ତୁତ କରାଯାଇଥିଲା। କିନ୍ତୁ ଏବେ ଜଣାପଡ଼ିଛି, ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ କିଛି ଶିକ୍ଷାନୁଷ୍ଠାନରେ ବିଭିନ୍ନ ବର୍ଗ ପାଇଁ ଧାର୍ଯ୍ୟ ଆସନର ୧୦ ପ୍ରତିଶତରୁ କମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ବଡ଼ ଝଟକା

ଭୁବନେଶ୍ୱର,୨୦।୫: ବିଜେଡି ଏମ୍‌ପି ପ୍ରାର୍ଥୀ ସୁଦାମ ମାରାଣ୍ଡିଙ୍କୁ ଝଟକା। ସୋମବାର ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀର ଶତାଧିକ ମୁଣ୍ଡା ସମ୍ପ୍ରଦାୟର ଲୋକ ଭାଜପାରେ ସାମିଲ ହୋଇଛନ୍ତି। ଆଜି ବାଙ୍ଗିରିପୋଷିରେ...

ଭାଜପାରୁ ବହିଷ୍କୃତ ହେଲେ ପୂର୍ବତନ ଏମ୍‌ପି ଐର ଖାରବେଳଙ୍କ ସମେତ ୫ ନେତା

ଭୁବନେଶ୍ୱର,୨୦।୫: ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁଙ୍କୁ ଦଳବିରୋଧୀ କାର୍ଯ୍ୟ ପାଇଁ ଭାଜପା ସୋମବାର ଦଳରୁ ବହିଷ୍କାର କରିଛି । ଖାରବେଳଙ୍କ ସମେତ ରେମୁଣାର ବିଜୟ କୁମାର...

ସମୀର ଦାଶଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା

ଭୁବନେଶ୍ୱର,୨୦।୫: ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ବରିଷ୍ଠ ନେତା ସମୀର ରଞ୍ଜନ ଦାଶଙ୍କୁ ଦଳ ସୋମବାର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛି। ଦଳ ସମୀରଙ୍କୁ ରାଜ୍ୟ...

କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼

ପଡ଼ିଆ,୨୦ା୫(ଭାସ୍କର ରାଓ)- ଗୁଣିଗାରେଡ଼ି ସନ୍ଦେହରେ ଗାଁ କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ସ୍ବାସ୍ଥ୍ୟକେନ୍ଦ୍ରକୁ କିମ୍ବା ଥାନାରେ ଅଭିଯୋଗ କଲେ ପରିବାରର ସମସ୍ତଙ୍କୁ ଜୀବନରୁ...

ପୋଲିଂ କର୍ମଚାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ

ଭୁବନେଶ୍ୱର,୨୦।୫: ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ କେତେକ ସ୍ଥାନରେ ବିଶୃଙ୍ଖଳା ଘଟିଥିବା ଦେଖିବାକୁ ମିଳିଛି। ସୁନ୍ଦରଗଡ ନିର୍ବାଚନ ମଣ୍ଡଳୀର...

ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ...

ପ୍ରଦୀପ ପାଣିଗ୍ରାହୀଙ୍କ ଆକ୍ରମଣ ଘଟଣା: ଶିବଶଙ୍କରଙ୍କୁ ମିଳିଲାନି ଜାମିନ

ଭୁବନେଶ୍ୱର,୨୦।୫: ବ୍ରହ୍ମପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତ ତଥା ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଝଟକା...

ମୋଦିଙ୍କ ଭକ୍ତ ଜଗନ୍ନାଥ: ସମ୍ବିତ ପାତ୍ରଙ୍କ ବୟାନକୁ ନିନ୍ଦା କଲେ ନବୀନ, ଟୁଇଟ୍‌ କରି କହିଲେ ଏମିତି…

ଭୁବନେଶ୍ୱର,୨୦।୫: ସମ୍ବିତ ପାତ୍ରଙ୍କ ବିବୃତ୍ତିକୁ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ସମଗ୍ର ବିଶ୍ୱର ଠାକୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri