୧୩୪ ବୁଥ୍‌ର ନାମ ପରିବର୍ତ୍ତନ

ଭଦ୍ରକ ଅଫିସ, ୧୧ା୧୦: ଧାମନଗର ଉପ ନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ରାଜ୍ୟସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜାତୀୟ ସ୍ତରର ପ୍ରଶିକ୍ଷକ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତୃଘ୍ନ କର ଏବଂ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ତାଲିମ ପ୍ରଦାନ କରିଥିଲେ। ଉପନିର୍ବାଚନ ପାଇଁ ଥିବା ସମୁଦାୟ ୨୫୨ଟି ବୁଥରୁ ୧୩୪ଟି ବୁଥ୍‌ର ନାମ ପରିବର୍ତ୍ତନ ନେଇ ରାଜନୈତିକ ଦଳମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳଙ୍କ ସହ ଅତିରିକ୍ତ ଜିଲାପାଳ ରାମଦାସ ଟୁଡ଼ୁ, ଉପଜିଲାପାଳ ମନୋଜ ପାତ୍ର ଯୋଗ ଦେଇଥିଲେ। ସୂଚନାଯୋଗ୍ୟ ଯେ, ସ୍କୁଲ ମିଶ୍ରଣ ଓ କେତେକ ସ୍କୁଲର ଉନ୍ନୀତକରଣ ଯୋଗୁ ସ୍କୁଲଗୁଡ଼ିକର ନାମ ପରିବର୍ତ୍ତନ ହୋଇଥିବାରୁ ବୁଥ୍‌ଗୁଡ଼ିକର ମଧ୍ୟ ନାମ ପରିବର୍ତ୍ତନ କରାଯାଇଛି। ଏ ନେଇ ଜିଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଦୁଇ ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି ଏବଂ ରାମଦାସ ଟୁଡ଼ୁ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରତାପ ପ୍ରୀତିମୟ, ଉପଜିଲାପାଳ ମନୋଜ ପାତ୍ର, ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଉପଜିଲାପାଳ ଡ. ଲକ୍ଷ୍ମୀ ପ୍ରସାଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଜିଲାର ସମସ୍ତ ବିଡିଓ, ତହସିଲଦାର, ଅତିରିକ୍ତ ତହସିଲଦାର, ପୌର ଓ ଏନ୍‌ଏସିର କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ ନିର୍ବାଚନ ପରିଚାଳନା ନୋଡାଲ ଅଧିକାରୀମାନେ ତାଲିମ ଗ୍ରହଣ କରିଥିଲେ। ପୂର୍ବାହ୍ନ ଅଧିବେଶନରେ ଇଭିଏମ୍‌ ଓ ଭିଭିପାଟ୍‌ର ବ୍ୟବହାର ଓ ମତଦାନ ପ୍ରକ୍ରିୟା ସମ୍ବନ୍ଧରେ ତାଲିମ ପ୍ରଦାନ କରାଯାଇଥିଲା। ପ୍ରଥମ କରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ୱ ନାଗରିକ ଓ ଦିବ୍ୟାଙ୍ଗମାନଙ୍କ ପାଇଁ ପ୍ରଚଳିତ ହୋଇଥିବା ଡାକଭୋଟ ଗ୍ରହଣ ପ୍ରକ୍ରିୟା ସମ୍ବନ୍ଧରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଅପରାହ୍ନ ଅଧିବେଶନରେ ଭୋଟ ଗଣନା, ଫଳାଫଳ ଘୋଷଣା, ପ୍ରକ୍ରିୟା ସହିତ ଇଭିଏମ୍‌, ଭିଭିପାଟର ବ୍ୟବହାର କୌଶଳ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ ଗୋଚରରେ ଆଜିଠୁ ଆରମ୍ଭ ହେଲା ୫ ରାଶିଙ୍କ ନୂଆ ଅଧ୍ୟାୟ! ଧନଲାଭ ସହ ଚାକିରିରେ ପ୍ରମୋସନ ଯୋଗ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗ୍ରହମାନଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ଅକ୍ଟୋବର ୧୨ ତାରିଖ ସନ୍ଧ୍ୟା ୬ଟା ୪୮ ମିନିଟରେ ବୁଧ…

ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା

ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି…

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?