୧୩୪ ବୁଥ୍‌ର ନାମ ପରିବର୍ତ୍ତନ

ଭଦ୍ରକ ଅଫିସ, ୧୧ା୧୦: ଧାମନଗର ଉପ ନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ରାଜ୍ୟସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜାତୀୟ ସ୍ତରର ପ୍ରଶିକ୍ଷକ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତୃଘ୍ନ କର ଏବଂ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ତାଲିମ ପ୍ରଦାନ କରିଥିଲେ। ଉପନିର୍ବାଚନ ପାଇଁ ଥିବା ସମୁଦାୟ ୨୫୨ଟି ବୁଥରୁ ୧୩୪ଟି ବୁଥ୍‌ର ନାମ ପରିବର୍ତ୍ତନ ନେଇ ରାଜନୈତିକ ଦଳମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳଙ୍କ ସହ ଅତିରିକ୍ତ ଜିଲାପାଳ ରାମଦାସ ଟୁଡ଼ୁ, ଉପଜିଲାପାଳ ମନୋଜ ପାତ୍ର ଯୋଗ ଦେଇଥିଲେ। ସୂଚନାଯୋଗ୍ୟ ଯେ, ସ୍କୁଲ ମିଶ୍ରଣ ଓ କେତେକ ସ୍କୁଲର ଉନ୍ନୀତକରଣ ଯୋଗୁ ସ୍କୁଲଗୁଡ଼ିକର ନାମ ପରିବର୍ତ୍ତନ ହୋଇଥିବାରୁ ବୁଥ୍‌ଗୁଡ଼ିକର ମଧ୍ୟ ନାମ ପରିବର୍ତ୍ତନ କରାଯାଇଛି। ଏ ନେଇ ଜିଲାପାଳ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।
ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଦୁଇ ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି ଏବଂ ରାମଦାସ ଟୁଡ଼ୁ, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରତାପ ପ୍ରୀତିମୟ, ଉପଜିଲାପାଳ ମନୋଜ ପାତ୍ର, ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ଉପଜିଲାପାଳ ଡ. ଲକ୍ଷ୍ମୀ ପ୍ରସାଦ ସାହୁ ପ୍ରମୁଖ ଯୋଗ ଦେଇଥିଲେ। ଜିଲାର ସମସ୍ତ ବିଡିଓ, ତହସିଲଦାର, ଅତିରିକ୍ତ ତହସିଲଦାର, ପୌର ଓ ଏନ୍‌ଏସିର କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲା କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ ନିର୍ବାଚନ ପରିଚାଳନା ନୋଡାଲ ଅଧିକାରୀମାନେ ତାଲିମ ଗ୍ରହଣ କରିଥିଲେ। ପୂର୍ବାହ୍ନ ଅଧିବେଶନରେ ଇଭିଏମ୍‌ ଓ ଭିଭିପାଟ୍‌ର ବ୍ୟବହାର ଓ ମତଦାନ ପ୍ରକ୍ରିୟା ସମ୍ବନ୍ଧରେ ତାଲିମ ପ୍ରଦାନ କରାଯାଇଥିଲା। ପ୍ରଥମ କରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ୱ ନାଗରିକ ଓ ଦିବ୍ୟାଙ୍ଗମାନଙ୍କ ପାଇଁ ପ୍ରଚଳିତ ହୋଇଥିବା ଡାକଭୋଟ ଗ୍ରହଣ ପ୍ରକ୍ରିୟା ସମ୍ବନ୍ଧରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଅପରାହ୍ନ ଅଧିବେଶନରେ ଭୋଟ ଗଣନା, ଫଳାଫଳ ଘୋଷଣା, ପ୍ରକ୍ରିୟା ସହିତ ଇଭିଏମ୍‌, ଭିଭିପାଟର ବ୍ୟବହାର କୌଶଳ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri