୧୩୪ କୋଟିର ବ୍ୟାଙ୍କ ଠକେଇ

ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସମୟରେ ଗୁଜରାଟରେ ଏକ ବଡ଼ ବ୍ୟାଙ୍କ ଠକେଇ ସାମ୍ନାକୁ ଆସିଛି। ଏକ ଘରୋଇ ଆଇଟି କମ୍ପାନୀ ଓ ଏହାର ୬ଜଣ ବରିଷ୍ଠ ଅଧିକାରୀ (ନିର୍ଦ୍ଦେଶକ) ଗୁଜରାଟର କଚ୍ଛ ଅଞ୍ଚଳର ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ରୁ ୧୩୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଋଣ ଆକାରରେ ନେଇ ଠକେଇ କରିଥିବା ଜଣାପଡ଼ିଛି। ଶୁକ୍ରବାର ଏନେଇ କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ(ସିବିଆଇ) ଉକ୍ତ ମାମଲାରେ ଗୁଜରାଟର ଗାନ୍ଧୀଧାମ ଅଞ୍ଚଳରେ ରହିଥିବା ଆଇଟି କମ୍ପାନୀ ହାଇ ପ୍ରେସର ଟେକ୍‌ନୋଲୋଜିଜ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏବଂ ଏହାର ୬ ନିର୍ଦ୍ଦେଶକଙ୍କ ବିରୋଧରେ ମାମଲା ରୁଜୁ କରିଛି। ମିଳିଥିବା ସୂଚନା ଅନୁସାରେ ୟୁବିଆଇରୁ ୧୩୪.୪୩ କୋଟି ଟଙ୍କା ବିଭିନ୍ନ ଜାଲ୍‌ କାଗଜପତ୍ର ଦେଇ ଠକି ନେଇଛି ଏହି ଘରୋଇ କମ୍ପାନୀ। ସିବିଆଇ ଏହି ଘରୋଇ ଆଇଟି କମ୍ପାନୀ ଏବଂ ଏହାର ନିର୍ଦ୍ଦେଶକମାନଙ୍କ ବିରୋଧରେ ମାମଲା ରୁଜୁ କରିଛି। ବ୍ୟାଙ୍କ ପକ୍ଷରୁ ଏ ନେଇ ସିବିଆଇ ନିକଟରେ କମ୍ପାନୀ ଏବଂ ଏହାର ନିର୍ଦ୍ଦେଶକମାନଙ୍କ ବିରୋଧରେ ୟୁବିଆଇରୁ ୧୩୪.୪୩ କୋଟି ଟଙ୍କା ହଡ଼ପ କରିବା ନେଇ ଏକ ଅଭିଯୋଗ ହୋଇଛି। ଏହି ମାମଲାରେ ସିବିଆଇ ଟିମ୍‌ ମୁମ୍ବାଇର ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିବା ଜଣାପଡ଼ିଛି। ଦେଶରେ ବ୍ୟାଙ୍କ ଠକେଇ ଭଳି ଘଟଣାକୁ ଆଖି ଆଗରେ ରଖି କମ୍ପାନୀ ଏବଂ ଏହାର ଅଧିକାରୀ ବ୍ୟାଙ୍କରୁ କୋଟି କୋଟି ଟଙ୍କା ଋଣ ନେଇଥିଲେ। ମନ୍ଦ ଉଦ୍ଦେଶ୍ୟ ରଖି ସେମାନେ ଏହି ଋଣ ଟଙ୍କାକୁ ବ୍ୟବହାର କରିଥିବା ସିବିଆଇ ପକ୍ଷରୁ କୁହାଯାଇଛି। ବ୍ୟାଙ୍କର ଅଭିଯୋଗକ୍ରମେ ସିବିଆଇ ଏଫ୍‌ଆଇଆର୍‌ ରୁଜୁ କରି ଏକ ତଦନ୍ତକାରୀ ଟିମ୍‌ ଜରିଆରେ କମ୍ପାନୀ ଏବଂ ଏହାର ନିର୍ଦ୍ଦେଶକଙ୍କ ସନ୍ଧାନରେ ରହିଛି। ଅନ୍ୟପକ୍ଷରେ ମୁମ୍ବାଇର ୬ଟି ଭିନ୍ନ ଭିନ୍ନ ସ୍ଥାନରେ ଆଉ ଏକ ଟିମ୍‌ ଏକା ସଙ୍ଗେ ଚଢ଼ାଉ କରିଛି। ୟୁନିୟନ ବ୍ୟାଙ୍କ ପକ୍ଷରୁ ଏନେଇ ଅଭିଯୋଗ ପାଇବା ପରେ ସିବିଆଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କମ୍ପାନୀ ଏବଂ ନିର୍ଦ୍ଦେଶକ ବ୍ୟାଙ୍କରୁ ଟଙ୍କା ହଡ଼ପ କରି ଏହାକୁ ଅସତ ଉପାୟରେ ବ୍ୟବହାର କରିଛନ୍ତି ବୋଲି ୟୁନିୟନ ବ୍ୟାଙ୍କ ପକ୍ଷରୁ ଅଭିଯୋଗ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri