ଜରାଜୀର୍ଣ୍ଣ ଅବସ୍ଥାରେ ୧୩୪ ବର୍ଷର ବିଦ୍ୟାଳୟ

ବାଲିଗୁଡ଼ା,୨୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): ଖରା ହେଲେ ବାରଣ୍ଡାରେ ପାଠପଢ଼ା, ବର୍ଷା ହେଲେ ଛତା ଧରି ଛାତ ତଳେ ପାଠ ପଢ଼ା। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳରେ ଥିବା ବ୍ରିଟିଶ ଅମଳର ବଡ଼ଗାଁ ପ୍ରାଥମିକ ବିଦ୍ୟାଳୟରେ। ୧୮୮୯ ମସିହାରେ ପ୍ରତିଷ୍ଠା ହୋଇଥିଲା ଏହି ସରକାରୀ ପ୍ରଥମିକ ବିଦ୍ୟାଳୟ। ଅନୁସୂଚିତ ଜନଜାତି ଓ ଜାତି ଛାତ୍ରୀଛାତ୍ରମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବଡ଼ଗାଁ ବିଦ୍ୟାଳୟଟି ପ୍ରତିଷ୍ଠା ଦିନଠାରୁ ସେହି ପୁରୁଣା କୋଠାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମ ଠାରୁ ପଞ୍ଚମ ପର୍ଯ୍ୟନ୍ତ ରହିଛି। ପ୍ରଥମରେ ୭ ଜଣ, ଦ୍ୱିତୀୟରେ ୪ଜଣ, ତୃତୀୟରେ ୫ ଜଣ, ଚତୁର୍ଥରେ ୮ଜଣ, ପଞ୍ଚମ ରେ ୫ ଜଣ ମୋଟ ୩୦ଜଣ ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ବର୍ଷା ହେଲେ ଛତା ଧରି ଛାତ ତଳେ, ଖରା ହେଲେ ବାରଣ୍ଡାରେ ପାଠ ପଢୁଛନ୍ତି। ରାଜ୍ୟ ସରକାରଙ୍କ ୫-ଟି ମାଧ୍ୟମରେ ସ୍ମାର୍ଟ ସ୍କୁଲ ନିର୍ମାଣ କରି ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରୁଥିବା ନେଇ ପ୍ରଚାର ପ୍ରସାର କରୁଥିବା ବେଳେ ଏହି ବଡଗାଁ ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥାର ଅସଲ ଚିତ୍ରକୁ ପଦାରେ ପକାଇଦେଇଛି। ବିଦ୍ୟାଳୟ କୋଠା ଠିକ ନଥିବାରୁ ପିଲାଙ୍କ ଉପସ୍ଥାନ ହ୍ରାସ ପାଉଛି। ନୂତନ ଶ୍ରେଣୀ କୋଠରୀ ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି ବିଦ୍ୟାଳୟର ଛାତ୍ରୀଛାତ୍ର ଓ ଅଭିଭାବକ। ବାଲିଗୁଡ଼ା ଶିକ୍ଷା ଜିଲାର ସର୍ବପୁରାତନ ବିଦ୍ୟାଳୟ କହିଲେ ଏହି ବିଦ୍ୟାଳୟକୁ ବୁଝାଯିବ। ଏହି ବିଦ୍ୟାଳୟ ରେ ୩୦ଜଣ ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି ଓ ଦୁଇ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ ରହିଛନ୍ତି। କିନ୍ତୁ ଶ୍ରେଣୀ କୋଠରୀର ଆବଶ୍ୟକ ରହିଛି। ଯେଉଁ କୋଠରୀ ରହିଛି ତାହା ବିପଦ ସଙ୍କୁଳ ଅବସ୍ଥାରେ ରହିଛି। ତେଣୁ ଆବଶ୍ୟକ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ନୂତନ ଶ୍ରେଣୀ କୋଠରୀ ନିର୍ମାଣ ପାଇଁ ଲିଖିତ ଭାବେ ଅନୁରୋଧ କରାଯାଇଥିବା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆର୍ତ୍ତ ଚନ୍ଦ୍ର ଖଟୁଆ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri