Posted inଖେଳ

ଚେନ୍ନାଇ ଆଗରେ ୧୩୫ ରନ୍‌ର ବିଜୟ ଟାର୍ଗେଟ୍‌

ଚେନ୍ନାଇ,୨୧।୪: ଚେନ୍ନାଇସ୍ଥିତ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୨୯ତମ ମ୍ୟାଚ୍‌ରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଏଡେନ ମାରକ୍ରମଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୩୪ ରନ୍‌ କରିଛି। ଫଳରେ ଚେନ୍ନାଇ ଆଗରେ ୧୩୫ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ହାଇଦ୍ରାବାଦ୍‌।

ଦଳର ଦୁଇ ଓପ୍‌ନର ହାରି ବ୍ରୁକ ଏବଂ ଅଭିଷେକ ଶର୍ମା ବ୍ୟାଟିଂ କରିବାକୁ ଆସି ପ୍ରାରମ୍ଭିକ ଷ୍ଟାର୍ଟ ଦେଇଥିଲେ। ଦଳୀୟ ସ୍କୋର ୩୫ରେ ହାରି ବ୍ରୁକ୍‌ ୧୮ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ଅଭିଷେକ କିଛି ସମୟ ଧୈର୍ଯ୍ୟର ସହ ଖେଳି ୩୪ ରନ୍‌ କରିଥିଲେ। ଅଭିଷେକଙ୍କ ଆଉଟ୍‌ ପରେ ଦଳର କ୍ରମାଗତ ଉଇକେଟ ପତନ ହୋଇଥିଲା। ରାହୁଲ ତ୍ରିପାଠୀ ୨୧ ରନ୍‌ କରିଥିବା ବେଳେ ଅଧିନାୟକ ଏଡେନ ମାରକ୍ରମ ମଧ୍ୟ ୧୨ ରନ୍‌ କରି ବିଫଳ ହୋଇଥିଲେ। ହେନ୍‌ରିଚ କ୍ଲାସେନ ୧୭ ରନ୍‌ କରିଥିବା ବେଳେ ମୟଙ୍କ ଅଗ୍ରୱାଲ ୨ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ଶେଷ ବେଳକୁ ମାର୍କୋ ଜନସେନ ୧୭ ରନ୍‌ କରିଥିବା ବେଳେ ୱାଶିଂଟନ ସୁନ୍ଦରଙ୍କ ୯ ରନ୍‌ ବଳରେ ହାଇଦ୍ରାବାଦ୍‌ ୧୩୪ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଚେନ୍ନାଇର ରବୀନ୍ଦ୍ର ଜାଡେଜା ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ଆକାଶ ସିଂ, ମହେଶ ଥାକଶାନା ଏବଂ ମାଥେଶା ପୃଥୀରାନା ଗୋଟିଏ ଲେଖାଏ ଉଇକେଟ୍‌ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri