ବର୍ଷକରେ ୧,୩୫୪ ଶିଶୁ, ୩୮ ମା’ମୃତ

ଯାଜପୁର ଅଫିସ,୨୦ା୬: କେବଳ ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ା ନୁହେଁ, ରାଜ୍ୟର ନବରଙ୍ଗପୁର ଜିଲାରେ ମଧ୍ୟ ପୁଷ୍ଟିହୀନତା କାରଣରୁ ମା’ ଓ ଶିଶୁ ମୃତ୍ୟୁସଂଖ୍ୟା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ଗତ ବର୍ଷକ ମଧ୍ୟରେ ନବରଙ୍ଗପୁର ଜିଲାରେ ୧,୩୫୪ ଶିଶୁ ଓ ୩୮ ଜଣ ମା’ଙ୍କ ପୁଷ୍ଟିହୀନତା କାରଣରୁ ମୃତ୍ୟୁ ଘଟିଛି। ଜନ୍ମରୁ ୫ ବର୍ଷ ମଧ୍ୟରେ ଏହି ଶିଶୁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ପୁଷ୍ଟିହୀନତା ଦୂର ପାଇଁ ସରକାର ଏକାଧିକ ଯୋଜନା କାର୍ଯ୍ୟକାରୀ କରୁଥିଲେ ବି କୌଣସି ସୁଫଳ ମିଳି ପାରିନାହିଁ। ଏହି ମର୍ମରେ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆରସି)ରେ ଏକ ମାମଲା ରୁଜୁ ହୋଇଛି। ଉକ୍ତ ମାମଲାର ଶୁଣାଣି କରି କମିଶନ ୮ ସପ୍ତାହ ମଧ୍ୟରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆବଶ୍ୟକ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗକୁ ଗତ ୮ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ଅଜିତ କୁମାର ମହାନ୍ତି ଗତ ୧୭ ତାରିଖରେ ମହିଳା ଏବଂ ଶିଶୁ ବିକାଶ ସଚିବ, ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଏବଂ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ସବିଶେଷ କାର୍ଯ୍ୟାନୁଷ୍ଠାନ ସମ୍ପର୍କିତ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏନ୍‌ଏଚ୍‌ଆରସିରେ ହୋଇଥିବା ଅଭିଯୋଗ ଅନୁଯାୟୀ, ନବରଙ୍ଗପୁର ଜିଲାରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ ବିଭିନ୍ନ ଅନିୟମିତତା ହେଉଛି। ଏହି ସମ୍ବେଦନଶୀଳ ସମସ୍ୟା କେବଳ ନବରଙ୍ଗପୁର ଜିଲା ନୁହେଁ, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଗଜପତି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ସମ୍ପୃକ୍ତ ଜିଲାଗୁଡ଼ିକରେ ମା’ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବାକୁ ଏକ ସମ୍ୟକ୍‌ ଅଧ୍ୟୟନର ଆବଶ୍ୟକତା ରହିଛି ବୋଲି ଅଭିଯୋଗ ହୋଇଥିଲା। ଏପରି ପରିସ୍ଥିତିରେ ଏହି ମାମଲାକୁ ଅତି ଗୁରୁତ୍ୱପୂର୍ଣ୍ଣ ମନେ କରି ତଦନ୍ତ ରିପୋର୍ଟ ୨୦ା୬ା୨୦୨୨ ତାରିଖ ସୁଦ୍ଧା ଦାଖଲ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ମହାନ୍ତି ତାଙ୍କ ନିର୍ଦ୍ଦେଶନାମାରେ ଅନୁରୋଧ କରିଛନ୍ତି।
ଉଲ୍ଲେଖଯୋଗ୍ୟ, ୨୦୧୬ ଏପ୍ରିଲରୁ ନଗଡ଼ାରେ ଗୋଟିଏ ପରେ ଗୋଟିଏ ଶିଶୁ ପୁଷ୍ଟିହୀନତାର ଶିକାର ହୋଇ ଆଖି ବୁଜିଥିଲେ। ଏ ସଂକ୍ରାନ୍ତରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ସରକାରଙ୍କ ଚେତା ପଶିଥିଲା। ନଗଡ଼ାକୁ ରାସ୍ତା ଫିଟିଥିଲା। ଡିଏମ୍‌ଏଫ୍‌ ଏବଂ ଅନ୍ୟାନ୍ୟ ଯୋଜନାରେ ବିପୁଳ ଅର୍ଥ ବ୍ୟୟ କରି ବହୁ ଯୋଜନା ହାତକୁ ନିଆଯାଇଥିଲା। ବର୍ତ୍ତମାନ ନଗଡ଼ାରେ ଶିଶୁ ମୃତ୍ୟୁହାର ହ୍ରାସ ପାଇଥିଲେ ହେଁ ବାଲ୍ୟ ବିବାହ ରୋକିବାରେ ପ୍ରଶାସନ ବିଫଳ ହୋଇଛି। ତେବେ ସଂପ୍ରତି ନବରଙ୍ଗପୁର ଏବଂ ଅନ୍ୟାନ୍ୟ ଜିଲାରେ ମା’ ଓ ଶିଶୁ ମୃତ୍ୟୁହାର ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri