‘ମୋ ସରକାର’ ଟିମ୍‌ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ୬ ଜିଲାର ସ୍ବାସ୍ଥ୍ୟ ଭିତ୍ତିଭୂମିର ହେବ ଉନ୍ନତିକରଣ

ଭୁବନେଶ୍ୱର,୭।୧୨(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କେତେକ ଘୋଷଣା କରିଛନ୍ତି। ଏହି ଘୋଷଣାନୁଯାୟୀ, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦ୍ରାପଡ଼ା ଓ ସୋନପୁର ଜିଲାର ସଦର ମହକୁମା ଚିକିତ୍ସାଳୟ ଓ ବଲାଙ୍ଗୀର ସନ୍ଥ ଭୀମଭୋଇ ମେଡିକାଲ କଲେଜର ୬ଟି ରୋଗୀ କଲ୍ୟାଣ ସମିତିକୁ ୧୫ଲକ୍ଷ ଲେଖାଏ ଟଙ୍କାର ସହାୟତା ଦିଆଯିବ। ଏଥିସହ ଜିଲାର ପୋଲିସ ଏସ୍‌ପିମାନଙ୍କୁ ରକ୍ତଦାନ କାର୍ଯ୍ୟକ୍ରମକୁ ପ୍ରୋତ୍ସାହିତ କରିବା ଲାଗି ପ୍ରତ୍ୟେକଙ୍କୁ ୧୦ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏପରିକି ଜିଲାର ହସ୍‌ପିଟାଲଗୁଡ଼ିକରେ ରୋଗୀଙ୍କ ଆଟେଣ୍ଡାଣ୍ଟମାନଙ୍କ ପାଇଁ ରେଷ୍ଟ ସେଡ୍‌ ନିର୍ମାଣ କରାଯିବ।

ସମ୍ବଲପୁର ଜିଲା ହସ୍‌ପିଟାଲରେ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ରରେ ୫୦ଟି ଅତିରିକ୍ତ ଶଯ୍ୟା ସହ କାଜୁଆଲିଟି ଓ ବର୍ହିବିଭାଗ ଚିକିତ୍ସା ପାଇଁ ବିଲଡିଂ ନିର୍ମାଣ କରାଯିବ। ଜିଲା ସଦରମହକୁମା ହସ୍‌ପିଟାଲରେ ମା’ ଗୃହ ପାଇଁ ନୂତନ ବିଲ୍‌ଡିଂ ନିର୍ମାଣ କରାଯିବା ସହ ଡାଇଲିସିସ୍‌ ୟୁନିଟ୍‌ ଏବଂ ଆଇସିୟୁ ପ୍ରତିଷ୍ଠା କରାଯିବ। ଦେବଗଡ଼ ଜିଲା ସଦରମହକୁମା ହସ୍‌ପିଟାଲ ଶଯ୍ୟା ସଂଖ୍ୟା ୬୦ରୁ ୨ଶହକୁ ବୃଦ୍ଧି କରାଯିବ। ଅନୁଗୋଳ ଜିଲା ସଦର ମହକୁମା ହସ୍‌ପିଟାଲର ଶଯ୍ୟା ସଂଖ୍ୟା ୧୯୨ରୁ ୩ଶହକୁ ବୃଦ୍ଧି କରାଯିବା ସହ ଏଥିପାଇଁ ସେହି କ୍ୟାମ୍ପସ୍‌ ମଧ୍ୟରେ ଏକ ନୂଆ ବିଲ୍‌ଡିଂ ନିର୍ମାଣ କରାଯିବ। କେନ୍ଦ୍ରାପଡ଼ା ଜିଲା ସଦର ମହକୁମା ହସ୍‌ପିଟାଲର ଶଯ୍ୟା ସଂଖ୍ୟା ୧୭୫ରୁ ୨୦୦କୁ ବୃଦ୍ଧି କରାଯିବା ସହ ନୂଆ କ୍ୟାମ୍ପସ୍‌ରେ ଷ୍ଟାଫ୍‌ କ୍ୱାଟର୍ସ, ଆଧୁନିକ ଓପିଡି ଓ ଆଇସିୟୁ ଆଦି ସ୍ଥାପନ କରାଯିବ। ସେହିଭଳି ସୋନପୁର ଜିଲା ସଦର ମହକୁମା ହସ୍‌ପିଟାଲର୨ଶହ ଶଯ୍ୟା ବିଶିଷ୍ଟ ନୂଆ ୭ ମହଲା ବିଲ୍‌ଡିଂ ନିର୍ମାଣ କାର୍ଯ୍ୟ ଏକ ମାସ ମଧ୍ୟରେ ଆରମ୍ଭ ହେବ। ବଲାଙ୍ଗୀର ସନ୍ଥ ଭୀମଭୋଇ ମେଡିକାଲ କଲେଜର ଶିକ୍ଷାଦାନ ଓ ହସ୍‌ପିଟାଲ ବିଲ୍ଡିଂ ନିର୍ମାଣ ୨୪ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri