ଦେବକୁଣ୍ଡ ଯାଉଥିବା ବେଳେ ଟ୍ରକ୍‌କୁ ଧକ୍କା ଦେଲା ଟୁରିଷ୍ଟ ଭ୍ୟାନ୍‌: ୩ ପର୍ଯ୍ୟଟକ ମୃତ, ୧୫ ଗୁରୁତର

ବାଲେଶ୍ୱର ଅଫିସ,୮।୧୨: ବାଲେଶ୍ୱର ଜିଲା ସେରଗଡ଼ସ୍ଥିତ ଜଗନ୍ନାଥ ପେଟ୍ରୋଲ ପମ୍ପ ନିକଟରେ ରବିବାର ଭୋର ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପର୍ଯ୍ୟଟକ ଗାଡ଼ି ଟ୍ରକ୍‌କୁ ପଛରୁ ଧକ୍କା ଦେବାରୁ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ଜଣ ଗୁରୁତର ହୋଇଛନ୍ତି। ମୃତକମାନେ ହେଲେ ଗଙ୍ଗାଧର ଦାସ(୮୦), ଶ୍ରୀନାଥ ଦାସ(୪୫) ଏବଂ ବାପି ମିଶ୍ର(୪୦)। ଗୁରୁତରମାନଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ପୁରୀ ଜିଲା ବାଲିସାହି ଅଞ୍ଚଳର ୨୦ରୁ ଅଧିକ ପର୍ଯ୍ୟଟକ ଏକ ଟୁରିଷ୍ଟ ଭ୍ୟାନ୍‌ (ଓଡି-୦୨ଏଓ୍ବାଇ୬୩୧୬) ଯୋଗେ ମୟୂରଭଞ୍ଜର ଦେବକୁଣ୍ଡ ଅଭିମୁଖେ ଯାତ୍ରା କରୁଥିଲେ। ଉକ୍ତ ସ୍ଥାନରେ ଏକ ଟ୍ରକ୍‌କୁ ଉକ୍ତ ଟ୍ରାଭେଲରଟି ପଛପଟୁ ଧକ୍କା ଦେଇଥିଲା। ସ୍ଥାନୀୟଲୋକେ ଘଟଣାସ୍ଥଳରେ ପହଞ୍ଚି ଗୁରୁତରମାନଙ୍କୁ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେଇଥିଲେ। ପରେ ଆମ୍ବୁଲାନ୍ସ ଓ ପୋଲିସ ସହାୟତାରେ ସମସ୍ତଙ୍କୁ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ୩ଜଣଙ୍କୁ ମୃତ ଘୋଷଣା କରିଛନ୍ତି।


All Right Reserved By Dharitri.Com

ଖଡଗ୍‌ପୁର ରେଳଷ୍ଟେଶନରୁ ୩୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ: ଜଣେ ଗିରଫ

ଜଳେଶ୍ୱର,୨୮।୯(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ଜଣେ ବ୍ରାଉନସୁଗାର ବେପାରୀଙ୍କୁ ଶନିବାର ଭୋର ସମୟରେ ଖଡଗ୍‌ପୁର ରେଳଷ୍ଟେଶନରୁ ରେଳବାଇ ପୋଲିସ ଗିରଫ...

ମଧ୍ୟାହ୍ନ ଭୋଜନ ଅଣ୍ଡାଖାଇ ୧୪ ଛାତ୍ରୀଛାତ୍ର ଅସୁସ୍ଥ

ଖଣ୍ଡପଡ଼ା,୧୮ା୭(ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ବାଣପୁର ପଞ୍ଚାୟତ ଅଧୀନ ଘଣାଶାଳିଆ ଉନ୍ନୀତ ମଧ୍ୟ ଇଂରାଜୀ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଅଣ୍ଡା ଖାଇ ବୁଧବାର ୧୪ ଛାତ୍ରୀଛାତ୍ର ଅସୁସ୍ଥ...

ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲାନି ଏକାଦଶ: ହାଇକୋର୍ଟ ଯିବାକୁ ଅଭିଭାବକଙ୍କ ଚେତାବନୀ

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ବର୍ଷ ଏକାଦଶ ଶ୍ରେଣୀ ନ ଖୋଲିବାରୁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି। ଅଭିଭାବକ ସଂଘ ଏ ନେଇ ହାଇକୋର୍ଟ...

କ୍ୟାନ୍‌ସର ପୀଡ଼ିତଙ୍କ କ୍ୱାରାଣ୍ଟାଇନରେ ମୃତ୍ୟୁ

କାଶୀନଗର,୨୧ା୫(ଡି.ଏନ୍‌.ଏ.)-ଗଜପତି ଜିଲା କାଶୀନଗର ବ୍ଲକ ସିଆଳି ପଞ୍ଚାୟତର ହରିପୁର ଗ୍ରାମର ଅଲଡ଼ାଠାରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ କାଟ୍ଟି...

ସାର୍ଟିଫିକେଟ ଯାଞ୍ଚ ପ୍ରକ୍ରିୟା ଆରମ୍ଭ: ନକଲି ଶିକ୍ଷକ ଛାନିଆ

ବୌଦ୍ଧ,୧୧।୯(ସ୍ବ.ପ୍ର): ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଶିକ୍ଷକତା କରୁଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଆସୁଛି। ଏ ନେଇ ସାରା ରାଜ୍ୟରେ ବିଦ୍ୟାଳୟ ଗଣଶିକ୍ଷା ବିଭାଗର...

କେରଳରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୫୯୩ ପ୍ରବାସୀ ଓଡ଼ିଆ: କରାଗଲା ସ୍କ୍ରିନିଂ, ଷ୍ଟାମ୍ପିଂ, ପଞ୍ଜୀକରଣ

ଜଟଣୀ,୩।୫(ଡି.ଏନ୍‌.ଏ.): କେରଳରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ୍‌ ରବିବାର ପୂର୍ବାହ୍ନ ୮ଟା ୫୦ମିନିଟରେ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ପହଞ୍ଚିଥିଲା। ଏହି ଷ୍ଟେଶନରେ ବିଭିନ୍ନ ଜିଲାର...

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି।...

ନକଲି ବନ୍ଧୁକ ଜବତ,୩ ଅଭିଯୁକ୍ତ ଗିରଫ

ବାଙ୍ଗିରିପୋଷି,୨୧ା୧୦(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ପୋଲିସ ରବିବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଏକ ନକଲି ବନ୍ଧୁକ ଜବତ ହୋଇଛି। ପୋଲିସ ସୂଚନା ଅନୁଯାୟୀ, ୩...

Leave a comment

Your email address will not be published. Required fields are marked *