Posted inଜାତୀୟ

ଶଶି ଥରୁର, ଡିମ୍ପଲ୍ ଯାଦବ, ସୁପ୍ରିୟା ସୁଲେ ଲୋକସଭାରୁ ନିଲମ୍ବିତ, ୧୪୧ ରେ ପହଞ୍ଚିଲା ଏମପିଙ୍କ ନିଲମ୍ବନ ସଂଖ୍ୟା

ନୂଆଦିଲ୍ଲୀ,୧୯।୧୨: ସଂସଦର ସୁରକ୍ଷା ବିଭ୍ରାଟ ଘଟଣାରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିବୃତ୍ତି ଦାବି କରି ବିରୋଧୀ ଦଳର ଆଭିମୁଖ୍ୟ ଜାରି ରହିଛି। ଲୋକସଭାରେ ବାଚସ୍ପତିଙ୍କୁ ଅପମାନିତ କରିଥିବା ଅନେକ ସଦସ୍ୟଙ୍କୁ ମଙ୍ଗଳବାର ପୁଣି ନିଲମ୍ବିତ କରାଯାଇଛି। ଏଥିମଧ୍ୟରେ କଂଗ୍ରେସ ଏମପି ଶଶି ଥରୁର, ଏସପି ଏମପି ଡିମ୍ପଲ ଯାଦବ ଏବଂ ଏନସିପି ଏମପି ସୁପ୍ରିୟା ସୁଲେଙ୍କ ନାମ ରହିଛି। କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ପ୍ରସ୍ତାବ କ୍ରମେ ମଙ୍ଗଳବାର ୪୮ ସଦସ୍ୟ ନିଲମ୍ବିତ ହୋଇଛନ୍ତି।

ଗତ ସପ୍ତାହରେ ପାର୍ଲାମେଣ୍ଟ ସୁରକ୍ଷାରେ ବିଭ୍ରାଟକୁ ନେଇ ବିରୋଧୀ ଏମ୍‌ପିମାନେ ଗୃହରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ପାର୍ଲାମେଣ୍ଟର ଉଭୟ ଗୃହରୁ ସୋମବାର ୭୮ ବିରୋଧୀ ସଦସ୍ୟଙ୍କୁ ନିଲମ୍ବନ କରାଯାଇଥିଲା। ଗତ ଗୁରୁବାର ମଧ୍ୟ ଅନୁରୂପ କାରଣରୁ ୧୪ ଏମପିଙ୍କୁ ମଧ୍ୟ ନିଲମ୍ବନ କରାଯାଇଥିଲା। ଫଳରେ ମଙ୍ଗଳବାର ସୁଦ୍ଧା ଚଳିତ ଅଧିବେଶନରେ ମୋଟ ନିଲମ୍ବିତ ସଦସ୍ୟଙ୍କ ସଂଖ୍ୟା ୧୪୧ ରେ ପହଞ୍ଚିଛି।

ଅନ୍ୟପଟେ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୈନିକ ଜାଗରଣ ଖବରକାଗଜକୁ ଦେଇଥିବା ଏକ ସାକ୍ଷାତକାରରେ ସୁରକ୍ଷା ବିଭ୍ରାଟକୁ ଏକ ଗୁରୁତର ବିଷୟ ବୋଲି ବର୍ଣ୍ଣନା କରିଛନ୍ତି ଏବଂ ଏହାର ଯାଞ୍ଚ କରାଯିବା ଉଚିତ ବୋଲି କହିଛନ୍ତି। କିନ୍ତୁ ଏହା ଉପରେ ବିତର୍କର କୌଣସି ଆବଶ୍ୟକତା ନଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri