୧୩୯ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ପଟ୍ଟାମୁଣ୍ଡାଇ,୨୮ା୧୦(କଳ୍ପତରୁ ନାୟକ): ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ତତ୍ତ୍ୱାବଧାନରେ ସମନ୍ବିତ ଶିଶୁ ବିକାଶ ଯୋଜନା ମାଧ୍ୟମରେ ପରିଚାଳିତ ଅଙ୍ଗନଓ୍ବାଡି କେନ୍ଦ୍ରରେ ଶିଶୁଙ୍କ ପାଠପଢାର ମୂଳଦୁଆ ପଡୁଥିବା କୁହାଯାଉଛି। ହେଲେ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅଙ୍ଗନଓ୍ବାଡି କେନ୍ଦ୍ରର ଶିକ୍ଷା ବ୍ୟବସ୍ଥାର ନଗ୍ନଚିତ୍ର ପଦାରେ ପଡ଼ିଛି। ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳରେ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନ ଥିବାରୁ ପିଲାମାନେ କେଉଁଠି ବାରଣ୍ଡାରେ ତ ଆଉ କେଉଁଠାରେ ସ୍କୁଲ ଘରେ ତ ଅନ୍ୟ କେଉଁଠି ଭଡ଼ାଘର ଓ ଗୋଷ୍ଠୀକେନ୍ଦ୍ରରେ ପାଠ ପଢ଼ୁଛନ୍ତି। ଯୋଜନା ପ୍ରଣୟନକୁ ୪୮ବର୍ଷ ବିତିଯାଇଥିଲେ ମଧ୍ୟ ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଏହାର ଭିତ୍ତିଭୂମି ଚିନ୍ତାଜନକ ସ୍ଥିତିରେ ଅଛି ବୋଲି ସାଧାରଣରେ ମତପ୍ରକାଶ ପାଇଛି।
ପଟ୍ଟାମୁଣ୍ଡାଇ ବ୍ଲକର ୩୧ ପଞ୍ଚାୟତ ଓ ପୌରାଞ୍ଚଳର ୨୦ଟି ୱାର୍ଡରେ ସମୁଦାୟ ୨୭୮ ଅଙ୍ଗନୱାଡି କେନ୍ଦ୍ର ରହିଛି। ସେଥିମଧ୍ୟରୁ ୧୩୯ଟି କେନ୍ଦ୍ରର ନିଜସ୍ବ ଗୃହ ନାହିଁ। ୬୯ କେନ୍ଦ୍ରରେ ଗୃହ ନିର୍ମାଣାଧୀନ ଅବସ୍ଥାରେ ରହିଥିବା ବେଳେ ୭୦ ନିର୍ମାଣ ହୋଇନାହିଁ। ପଟ୍ଟାମୁଣ୍ଡାଇର ୩୧ ପଞ୍ଚାୟତରେ ୨୩୭ଟି କେନ୍ଦ୍ର ମଧ୍ୟରୁ ୧୩୫ ନିଜସ୍ବ ଘରେ ଚାଲିଥିବା ବେଳେ ୬୨ଟି ସ୍କୁଲଘରେ ଛାଲିଛି। ସେହିପରି ୧୩ଟି ଘର ଭଡାରେ ଚାଲିଥିବା ବେଳେ ୨୭ଟି କମ୍ୟୁନିଟି ସେଣ୍ଟରରେ ଚାଲିଛି। ପଟ୍ଟାମୁଣ୍ଡାଇ ବ୍ଲକରେ ୬୨ଟି ନିର୍ମାଣାଧୀନ କେନ୍ଦ୍ର ମଧ୍ୟରୁ କେତେଗୋଟି ଅଙ୍ଗନୱାଡି ଘର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ଅଦ୍ୟାବଧି ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ଏହାକୁ ହସ୍ତାନ୍ତର କରାଯାଇନାହିଁ। ଫଳରେ ଗୃହ ବ୍ୟବହାର ନ ହେବା, ନିମ୍ନମାନର କାର୍ଯ୍ୟ ଯୋଗୁ ଗୃହ କାନ୍ଥ ଓ ଚଟାଣ ଫାଟିବା ସହ ନଷ୍ଟ ହେବାକୁ ବସିଲାଣି ବୋଲି ସାଧାରଣରେ ଅଭିଯୋଗ ହେଉଛି। ସେହିପରି ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୨୦ଟି ୱାର୍ଡରେ ୪୧ଟି ଅଙ୍ଗନୱାଡି କେନ୍ଦ୍ର ରହିଛି। ସେଥିମଧ୍ୟରୁ ୪ଟି ନିଜସ୍ବ ଘରେ ଚାଲିଥିବା ବେଳେ ୮ଟି କେନ୍ଦ୍ର ଭଡ଼ାଘରେ ଚାଲିଛି। ଅନ୍ୟ ୨୧ଟି ସ୍କୁଲ ଘରେ ଓ ୮ଟି କମ୍ୟୁନିଟି କେନ୍ଦ୍ରରେ ଚାଲିଛି। ୭ଟି ଘର ନିର୍ମାଣାଧୀନ ଅଛି। ସେଥିମଧ୍ୟରୁ କେତେଗୋଟି ଅଙ୍ଗନୱାଡି ଘର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ ମଧ୍ୟ ଅଦ୍ୟାବଧି ହସ୍ତାନ୍ତର କରାଯାଇନାହିଁ। ଏ ସମ୍ପର୍କରେ ସିଡିପିଓ ମନୋରମା ସ୍ବାଇଁଙ୍କୁ ପଚାରିବାରେ ୨୭୮ କେନ୍ଦ୍ର ମଧ୍ୟରୁ ୧୩୯ ଅଙ୍ଗନୱାଡି କେନ୍ଦ୍ର ନିଜସ୍ବ ଘରେ ଚାଲିଛି ବୋଲି ସେ କହିଛନ୍ତି। ଅନ୍ୟ ୧୩୯ଟି ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନ ଥିବାରୁ କେନ୍ଦ୍ରକୁ ଯୋଗାଇ ଦିଆଯାଉଥିବା ଅଣ୍ଡା, ଚାଉଳ, ରାଶନ ସହ ଅନ୍ୟ ସାମଗ୍ରୀକୁ କର୍ମୀମାନେ ଏଣେତେଣେ ରଖିବା ଦ୍ୱାରା ବାଟମାରଣା ହେଉଥିବା ଲୋକେ ଅଭିଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?